Masthead

ବଙ୍ଗୋମୁଣ୍ଡାରୁ ନିଖୋଜ ରାଜସ୍ଥାନରୁ ଉଦ୍ଧାର

ବଙ୍ଗୋମୁଣ୍ଡା (ବଡ଼ ଖବର ବ୍ୟୁରୋ): ରାଜସ୍ଥାନରୁ ୨ ନାବାଳିକା ଉଦ୍ଧାର । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗ୍ରାମର ନିଖୋଜ ଥିବା ନାବାଳିକାକୁ ଉଦ୍ଧାର କରିଛି ପୋଲିସ । ଗତ ମେ ୨ ତାରିଖରେ ତ୍ରିପୁରକୁ ସିଲେଇ କାମ ପାଇଁ ଯାଇ ନିଖୋଜ ଥିଲେ ନାବାଳିକା । ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା । ରାଜସ୍ଥାନର ନାଗୁଆର ଜିଲ୍ଲା ଟାଡାୱାସ ଗାଁର ଏକ ଘରେ ଚଢାଉ କରି ନାବାଳିକାଙ୍କୁ ଉଦ୍ଧାର କରିଛି । ଟିଟିଲାଗଡ଼ ଥାନା ଟିକ୍ରାପଡା ଗ୍ରାମର କଳାକାହ୍ନୁ ରତେଇ ମେ ୨ ତାରିଖରେ ଟିଟିଲାଗଡ଼ ରେଳଷ୍ଟେସନରୁ ନାବାଳିକାକୁ ସାଙ୍ଗରେ ନେଇ ରାଜସ୍ଥାନରେ ୩ ଲକ୍ଷ ଟଙ୍କାରେ ବିକ୍ରି କରିଦେଇଥିବା ନାବାଳିକା ଅଭିଯୋଗ କରିଛନ୍ତି । ତେବେ ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗ୍ରାମର ନାବାଳିକା ଝିଅ ସହ ବିହାରର ଜଣେ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ନାବାଳିକା  ସେଠାରେ ଶ୍ରମିକ ଭାବେ କାମ କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି