Masthead

ଆହୁରି ୨ ଦିନ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି।

ଏହିସବୁ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିପାରେ। ସେହିପରି ୩୦ରୁ ୪୦ କି.ମି. ବେଗରେ ପବନ ସହ ଘଡ଼ଘଡ଼ି ଓ ବିଜୁଳି ପାଇଁ କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢ଼େଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ରବିବାର ପାରଳାଖେମୁଣ୍ଡି ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍‌ ଥିବାବେଳେ ମାଲକାନଗିରି ୩୫.୬, ବଲାଙ୍ଗୀର ୩୫, ସମ୍ବଲପୁର ୩୪.୪, ଝାରସୁଗୁଡ଼ାରେ ୩୪ ଡିଗ୍ରୀ ଥିଲା । ଭୁବନେଶ୍ୱର ତାପମାତ୍ରା ୩୩.୩ ଡିଗ୍ରୀ ଥିଲା । ଆଜି ଦିନ ଭିତରେ ଭଦ୍ରକ, ଚାନ୍ଦବାଲି ଓ ବାଲେଶ୍ୱରରେ କିଛି କିଛି ବର୍ଷା ହୋଇଥିବା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା