Masthead

୨ ମୋଷ୍ଟ ୱାଣ୍ଟେଡ ମାଓବାଦୀଙ୍କ ଆତ୍ମସମର୍ପଣ

୨ ମୋଷ୍ଟ ୱାଣ୍ଟେଡ ମାଓବାଦୀଙ୍କ ଆତ୍ମସମର୍ପଣ

କୋରାପୁଟ(ବଡ଼ ଖବର ବ୍ୟୁରୋ): ବନ୍ଧୁକ ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେଲେ ୨ ହାର୍ଡକୋର ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକ ଅଭୟ ଆଜି କୋରାପୁଟ ଗସ୍ତରେ ଆସିଥିବା ବେଳେ ୨ ମହିଳା ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି । ୨ ଜଣଙ୍କ ଭିତରୁ ଜଣେ ଏସିଏମ କ୍ୟାଡେର ହୋଇଥିବାବେଳେ ଅନ୍ୟ ଜଣକ ମିଲିଟାରି ଗୃପର ସଦସ୍ୟ ଥିଲେ । ଦୁର୍ଦ୍ଦାନ୍ତ ମାଓ ନେତ୍ରୀ ତଥା ଗୁମା ଏରିଆ କମିଟିର ସଦସ୍ୟ ଭାବେ ପରିଚାଳିତ ଥିଲେ । ଦେବା ପଡିଆମି ଓରଫ ଗାଙ୍ଗି ଓ ଗୀତା ପଡିଆମି ଓରଫ ରଜିତା ଆତ୍ମ ସମର୍ପଣ କରିଛନ୍ତି ।

ଗାଙ୍ଗି ୨୦୦୫ରେ ମସିହାରେ ମାଓ ସଂଗଠନରେ ସାମିଲ ହୋଇଥିଲା କାଲିମେଳା ଦଳମରେ ଯୋଗଦେଇଥିଲା । ସେ ପ୍ରମୁଖ ୭ ଟି ହିଂସା କାଣ୍ଡରେ ସମ୍ପୃକ୍ତି ରହିଥିବା ପୋଲିସ କହିଛି । ୨୦୦୭ ରେ ବନ୍ଧୁକ ଚାଳନା ତାଲିମ ନେବା ପରେ ୨୦୦୮ରୁ ମାଛକୁଣ୍ଧ ଓ ଗୁମା ଏରିଆ କମିଟିରେ କାମ କରିଥିଲା । ସେହିଭଳି ଛତିଶଗଡ ରାଜ୍ୟରେ ଗୀତା ପଡିଆମି ରଜିତା ୨୦୧୮ ରେ ମାଓ ସଂଗଠନରେ ସାମିଲ ହୋଇଥିଲେ । ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ ମିଲିଟାରୀ କମିଟିର ନାଟ୍ୟମଣ୍ଡଳୀ ସଦସ୍ୟ ଭାବେ ସେ ଯୋଗ ଦେଇଥିଲେ। ସେ ବୈପାରିଗୁଡା, ମାଛକୁଣ୍ଡ, ମାଲକାନଗିରିର ସ୍ୱାଭିମାନ ଅଞ୍ଚଳ ଓ ଆନ୍ଧ୍ର ପ୍ରଦେଶର ପେଦାବାଇଲୁ ଏରିଆ କମିଟିରେ କାମ କରୁଥିଲେ। ସେ ୪ଟି ହିଂସାକାଣ୍ଡରେ ଜଡ଼ିତ ଥିଲେ ବୋଲି ପୁଲିସ୍ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର