Masthead

୨ ମୋଷ୍ଟ ୱାଣ୍ଟେଡ ମାଓବାଦୀଙ୍କ ଆତ୍ମସମର୍ପଣ

୨ ମୋଷ୍ଟ ୱାଣ୍ଟେଡ ମାଓବାଦୀଙ୍କ ଆତ୍ମସମର୍ପଣ

କୋରାପୁଟ(ବଡ଼ ଖବର ବ୍ୟୁରୋ): ବନ୍ଧୁକ ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେଲେ ୨ ହାର୍ଡକୋର ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକ ଅଭୟ ଆଜି କୋରାପୁଟ ଗସ୍ତରେ ଆସିଥିବା ବେଳେ ୨ ମହିଳା ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି । ୨ ଜଣଙ୍କ ଭିତରୁ ଜଣେ ଏସିଏମ କ୍ୟାଡେର ହୋଇଥିବାବେଳେ ଅନ୍ୟ ଜଣକ ମିଲିଟାରି ଗୃପର ସଦସ୍ୟ ଥିଲେ । ଦୁର୍ଦ୍ଦାନ୍ତ ମାଓ ନେତ୍ରୀ ତଥା ଗୁମା ଏରିଆ କମିଟିର ସଦସ୍ୟ ଭାବେ ପରିଚାଳିତ ଥିଲେ । ଦେବା ପଡିଆମି ଓରଫ ଗାଙ୍ଗି ଓ ଗୀତା ପଡିଆମି ଓରଫ ରଜିତା ଆତ୍ମ ସମର୍ପଣ କରିଛନ୍ତି ।

ଗାଙ୍ଗି ୨୦୦୫ରେ ମସିହାରେ ମାଓ ସଂଗଠନରେ ସାମିଲ ହୋଇଥିଲା କାଲିମେଳା ଦଳମରେ ଯୋଗଦେଇଥିଲା । ସେ ପ୍ରମୁଖ ୭ ଟି ହିଂସା କାଣ୍ଡରେ ସମ୍ପୃକ୍ତି ରହିଥିବା ପୋଲିସ କହିଛି । ୨୦୦୭ ରେ ବନ୍ଧୁକ ଚାଳନା ତାଲିମ ନେବା ପରେ ୨୦୦୮ରୁ ମାଛକୁଣ୍ଧ ଓ ଗୁମା ଏରିଆ କମିଟିରେ କାମ କରିଥିଲା । ସେହିଭଳି ଛତିଶଗଡ ରାଜ୍ୟରେ ଗୀତା ପଡିଆମି ରଜିତା ୨୦୧୮ ରେ ମାଓ ସଂଗଠନରେ ସାମିଲ ହୋଇଥିଲେ । ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ ମିଲିଟାରୀ କମିଟିର ନାଟ୍ୟମଣ୍ଡଳୀ ସଦସ୍ୟ ଭାବେ ସେ ଯୋଗ ଦେଇଥିଲେ। ସେ ବୈପାରିଗୁଡା, ମାଛକୁଣ୍ଡ, ମାଲକାନଗିରିର ସ୍ୱାଭିମାନ ଅଞ୍ଚଳ ଓ ଆନ୍ଧ୍ର ପ୍ରଦେଶର ପେଦାବାଇଲୁ ଏରିଆ କମିଟିରେ କାମ କରୁଥିଲେ। ସେ ୪ଟି ହିଂସାକାଣ୍ଡରେ ଜଡ଼ିତ ଥିଲେ ବୋଲି ପୁଲିସ୍ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ