Masthead

ସୁପ୍ରିମକୋର୍ଟରେ ଶପଥ ନେଲେ ୨ ନୂଆ ବିଚାରପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରେ ଶପଥ ନେଲେ ୨ ନୂଆ ବିଚାରପତି । ରାଜେଶ ବିନ୍ଦଲ୍‌ ଓ ଅରବିନ୍ଦ କୁମାର ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ନବ ନିଯୁକ୍ତ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି। ଉଭୟଙ୍କ ଶପଥ ଗ୍ରହଣ ସହ ସୁପ୍ରିମକୋର୍ଟରେ ବିଚାରପତି ଆସନ ପୂର୍ଣ୍ଣ ହୋଇଛି। ସୁପ୍ରିମକୋର୍ଟରେ ପ୍ରଧାନ ବିଚାପତିଙ୍କ ସମେତ ମୋଟ ୩୪ଟି ବିଚାରପତି ଆସନ ରହିଛି।

ସୁପ୍ରିମକୋର୍ଟକୁ ପଦୋନ୍ନତି ହେବା ପୂର୍ବରୁ ବିନ୍ଦଲ୍‌ ଆହଲ୍ଲାବାଦ ହାଇକୋର୍ଟରେ ମୁଖ୍ୟ ବିଚାରପତି ଥିବା ବେଳେ ଅରବିନ୍ଦ କୁମାର ଗୁଜରାଟ ହାଇକୋର୍ଟରେ ମୁଖ୍ୟ ବିଚାରପତି ଥିଲେ। ୯ ମାସର ବ୍ୟବଧାନ ପରେ ସୁପ୍ରିମକୋର୍ଟରେ ଧାର୍ୟ୍ୟ ବିଚାରପତିଙ୍କ ସଂଖ୍ୟ ପୂର୍ଣ୍ଣ ହୋଇଛି। ପୂର୍ବରୁ ଫେବୃଆରୀ ୬ ତାରରିଖରେ ସୁପ୍ରିକୋର୍ଟରେ ୫ ଜଣ ବିଚାରପତି ନିଯୁକ୍ତ ହୋଇଥିଲେ। ଏହି ୫ ଜଣ ବିଚାରପତିଙ୍କୁ ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଶପଥ ପାଠ ଗ୍ରହଣ କରାଇଥିଲେ। ସେମାନେ ହେଉଛନ୍ତି ବିଚାରପତି ପଙ୍କଜ ମିତଲ୍‌, ସଞ୍ଜୟ କାରୋଲ୍‌, ପି. ଭି. ସଞ୍ଜୟ କୁମାର, ଅଶାନୁଦ୍ଦୀନ ଅମନୁଲ୍ଲା ଏବଂ ମନୋଜ ମିଶ୍ରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ