Masthead

ଅକ୍ଟୋବର ୧ରୁ +୨ ଅଫଲାଇନ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୧ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା । ଅକ୍ଟୋବର ୧ରୁ ୧୧ ତାରିଖ ଯାଏଁ ଚାଲିବ ପରୀକ୍ଷା । ରବିବାର ମଧ୍ୟ ପରୀକ୍ଷା ହେବ । ଏନେଇ  ସୂଚନା ଦେଇଛି । ୨ଟି ଇଲେକ୍ଟିଭ୍‌ ସବ୍‌ଜେକ୍ଟ ଓ ମାତୃଭାଷାରେ ପରୀକ୍ଷା ହେବ । ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଅଫଲାଇନ୍‌ ପରୀକ୍ଷା ପାଇଁ ଆବେଦନ କରିଛନ୍ତି ୧୩୦୪୩ ଛାତ୍ରଛାତ୍ରୀ । ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍‌ଟ ପ୍ରକାଶ ପାଇଥିଲା। ଏହାକୁ ନେଇ କେତେକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଛାତ୍ରଛାତ୍ରୀଙ୍କ ମନରେ ଥିବା ଅସନ୍ତୋଷ ଦୂର କରିବା ପାଇଁ ଅଫ୍‌ଲାଇନ୍‌ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଥିଲା ।

ଅନ୍ୟପକ୍ଷରେ ଆଜିଠୁ ଯୁକ୍ତ୨ ନାମ ଲେଖା । ଯୁକ୍ତ ୨ ରେ ନାମ ଲେଖିବା ପାଇଁ ସୋମବାର ପ୍ରଥମ ପର୍ୟ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା । ଓଡ଼ିଶାରେ ମୋଟ ୪ ଲକ୍ଷ ୩୫ ହଜାର ୯୨ ଜଣ ଛାତଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ ଅଫରେ ମନୋନୀତ ହୋଇଛନ୍ତି । କଳାରେ ପ୍ରଥମ କଟ ଅଫରେ ୨ ଲକ୍ଷ ୪୭ ହଜାର ୯୦୬ ଏବଂ ବିଜ୍ଞାନରେ ୧ ଲକ୍ଷ ୭୩୪ ଓ ବାଣିଜ୍ୟରେ ୨୪ ହଜାର ୫୬୦ ଜଣ ମନୋନୀତ ହୋଇଛନ୍ତି । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ୨୭ ତାରିଖରେ ପ୍ରକାଶ ପାଇବ । କୋଭିଡ୍ କଟକଣା ମଧ୍ୟରେ ଚାଲିଛି ଆଡମିଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ