Masthead

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଆହତ

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଆହତ, ଜଣେ ଗୁରୁତର । ସୁନ୍ଦରଗଡ଼ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟିଛି । ଛୋଟାନାଗରା ଥାନା ଅଞ୍ଚଳର ଚଡ଼ିଡେରା ଗାଁ ନିକଟରେ ବିସ୍ଫୋରଣ ଘଟିଥିବା ଜଣାଯାଇଛି । ସୂଚନା ଅନୁସାରେ, ସିଆରପିଏଫ୍‌ର କୋବ୍ରା ବଟାଲିଅନ-୨୦୯ ଓ ଜିଲ୍ଲା ପୁଲିସ ମିଶି ମାଓ ବିରୋଧୀ ଅଭିଯାନ ଚାଳାଉଥିବା ବେଳେ ଏ ବିସ୍ଫୋରଣର ଶିକାର ହୋଇଛନ୍ତି । ଏଥିରେ ହବିଲଦାର ଦିନେଶ ରାଉତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ବାମଗୋଡ଼ରେ ଗଭୀର ଆଘାତ ଲାଗିଛି ।

ଅନ୍ୟଜଣେ ଯବାନ ବଲଜିନ୍ଦର୍ ସିଂ ସାମାନ୍ୟ ଆହତ ହୋଇଛନ୍ତି । ଉଭୟଙ୍କୁ ଏୟାରଲିଫ୍ଟ କରି ରାଞ୍ଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏ ଘଟଣା ପରେ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି । ନିକଟରେ ସୁରକ୍ଷାବଳ ନକ୍ସଲବିରୋଧୀ ଅଭିଯାନରେ ଅନେକ ସଫଳତା ପାଇଥିବାବେଳେ ଏହାର ପ୍ରତିଶୋଧ ନେବାକୁ ନକ୍ସଲମାନେ ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ପୋତି ଯବାନଙ୍କୁ ଟାର୍ଗେଟ କରୁଥିବା ସନ୍ଦେହ କରାଯାଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରାମବାସୀଙ୍କୁ ଜଙ୍ଗଲ ଭିତରକୁ ପ୍ରବେଶ ନ କରିବାକୁ ଅନୁରୋଧ କରାଯାଇଛି । କୌଣସି ସନ୍ଦିଗ୍ଧ ବସ୍ତୁ କିମ୍ବା କାର୍ୟ୍ୟକଳାପ ଦେଖିଲେ ପୁଲିସକୁ ସୂଚନା ଦେବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର 🔴 ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ ! 🔴 ଗଞ୍ଜାମ ଜିଲ୍ଲାରେ ବିଶ୍ୱ ଋତୁସ୍ରାବ ଦିବସ ପାଳିତ: ସାମାଜିକ କଳଙ୍କ ଓ ଅନ୍ଧବିଶ୍ୱାସ ବିରୁଦ୍ଧରେ କିଶୋରୀଙ୍କ ସ୍ୱର 🔴 ସିଦ୍ଦରମୈୟାଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ 🔴 ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ 🔴 ଗରମରୁ ମିଳିବ ଆଶ୍ଵସ୍ତି, କମିବ ତାତି 🔴 ଇରାନର ସାମରିକ ଘାଟିକୁ ଟାର୍ଗେଟ୍ 🔴 ୧୨ ଘଣ୍ଟିଆ ଜୟପୁର ବନ୍ଦ 🔴 ତାତିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ 🔴 ପୁରୀରୁ ଗିରଫ ହେଲେ TMC ବିଧାୟକ 🔴 ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର 🔴 ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ ! 🔴 ଗଞ୍ଜାମ ଜିଲ୍ଲାରେ ବିଶ୍ୱ ଋତୁସ୍ରାବ ଦିବସ ପାଳିତ: ସାମାଜିକ କଳଙ୍କ ଓ ଅନ୍ଧବିଶ୍ୱାସ ବିରୁଦ୍ଧରେ କିଶୋରୀଙ୍କ ସ୍ୱର 🔴 ସିଦ୍ଦରମୈୟାଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ 🔴 ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ 🔴 ଗରମରୁ ମିଳିବ ଆଶ୍ଵସ୍ତି, କମିବ ତାତି 🔴 ଇରାନର ସାମରିକ ଘାଟିକୁ ଟାର୍ଗେଟ୍ 🔴 ୧୨ ଘଣ୍ଟିଆ ଜୟପୁର ବନ୍ଦ 🔴 ତାତିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ 🔴 ପୁରୀରୁ ଗିରଫ ହେଲେ TMC ବିଧାୟକ