ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଆହତ

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଆହତ, ଜଣେ ଗୁରୁତର । ସୁନ୍ଦରଗଡ଼ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟିଛି । ଛୋଟାନାଗରା ଥାନା ଅଞ୍ଚଳର ଚଡ଼ିଡେରା ଗାଁ ନିକଟରେ ବିସ୍ଫୋରଣ ଘଟିଥିବା ଜଣାଯାଇଛି । ସୂଚନା ଅନୁସାରେ, ସିଆରପିଏଫ୍‌ର କୋବ୍ରା ବଟାଲିଅନ-୨୦୯ ଓ ଜିଲ୍ଲା ପୁଲିସ ମିଶି ମାଓ ବିରୋଧୀ ଅଭିଯାନ ଚାଳାଉଥିବା ବେଳେ ଏ ବିସ୍ଫୋରଣର ଶିକାର ହୋଇଛନ୍ତି । ଏଥିରେ ହବିଲଦାର ଦିନେଶ ରାଉତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ବାମଗୋଡ଼ରେ ଗଭୀର ଆଘାତ ଲାଗିଛି ।

ଅନ୍ୟଜଣେ ଯବାନ ବଲଜିନ୍ଦର୍ ସିଂ ସାମାନ୍ୟ ଆହତ ହୋଇଛନ୍ତି । ଉଭୟଙ୍କୁ ଏୟାରଲିଫ୍ଟ କରି ରାଞ୍ଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏ ଘଟଣା ପରେ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି । ନିକଟରେ ସୁରକ୍ଷାବଳ ନକ୍ସଲବିରୋଧୀ ଅଭିଯାନରେ ଅନେକ ସଫଳତା ପାଇଥିବାବେଳେ ଏହାର ପ୍ରତିଶୋଧ ନେବାକୁ ନକ୍ସଲମାନେ ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ପୋତି ଯବାନଙ୍କୁ ଟାର୍ଗେଟ କରୁଥିବା ସନ୍ଦେହ କରାଯାଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରାମବାସୀଙ୍କୁ ଜଙ୍ଗଲ ଭିତରକୁ ପ୍ରବେଶ ନ କରିବାକୁ ଅନୁରୋଧ କରାଯାଇଛି । କୌଣସି ସନ୍ଦିଗ୍ଧ ବସ୍ତୁ କିମ୍ବା କାର୍ୟ୍ୟକଳାପ ଦେଖିଲେ ପୁଲିସକୁ ସୂଚନା ଦେବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!