Before Header

ମହିଳାଙ୍କୁ ୨ ହଜାର, ଯୁବକଙ୍କୁ ୩ ହଜାର : ରାହୁଲ ଗାନ୍ଧି

0 1,257

ସାଲେପୁର (ବଡ଼ ଖବର ବ୍ୟୁରୋ): ସାଲେପୁର ସଭାରେ ରାହୁଲ ଗାନ୍ଧିଙ୍କ ଅଭିଭାଷଣ । ଏତେ ଖରାରେ ଆସିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ବିଜେଡି ଉପରେ ବର୍ଷିଛନ୍ତି ରାହୁଲ । କହିଛନ୍ତି ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି । ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି । ନିର୍ବାଚନ ହେଲା, ସେଠାରେ ବିଆର୍‌ଏସ୍‌ ପୂରା ଉଡ଼ିଗଲା । ଏଠାରେ ବିଜେପି-ବିଜେଡିର ବାହାଘର ହୋଇଯାଇଛି । ଏଠାରେ ଦୁଇ ଜଣ ଏକାଠି ରହି ଓଡ଼ିଶାବାସୀଙ୍କୁ ପାନ ଦେଇଛନ୍ତି । ଅଙ୍କଲ ଓ ନବୀନ ବାବୁ ମିଶି ଓଡ଼ିଶା ଲୋକଙ୍କୁ ପାନ ଧରାଇଦେଲେ । ପାନ ଅର୍ଥ ଓଡ଼ିଶାକୁ ପାଣ୍ଡିଆନ ହିଁ ଚଳାଉଛନ୍ତି । ଚାରା ରୋପଣ ନାଁରେ ଏଠାରେ ୧୫ ହଜାର କୋଟି ଲୁଟିଛନ୍ତି । ଖଣିରୁ ପ୍ରଚୁର ଲୁଟିଛନ୍ତି, କଂଗ୍ରେସ ଆସିଲେ ଏ ଟଙ୍କା ଫେରସ୍ତ ହେବ ।

ସେ ଆହୁରି ମଧ୍ୟ କହିଛନ୍ତି ଓଡ଼ିଶାରେ କ୍ଷମତାକୁ ଆସିଲେ ଲୋକଙ୍କ ଖାତାକୁ ଟଙ୍କା ଦିଆଯିବ । ୨୦୦ ୟୁନିଟ ମାଗଣା ବିଜୁଳି, ଗ୍ୟାସ୍‌ ୫ ଶହ ଟଙ୍କାରେ ଦିଆଯିବ । ଖାଲି ସେତିକି ନୁହେଁ ଧାନ କୁଇଣ୍ଟାଲ ୩ ହଜାର ଟଙ୍କା କରିବୁ ବୋଲି କହିଛନ୍ତି ରାହୁଲ ଗାନ୍ଧି । ମହିଳାଙ୍କୁ ୨ ହଜାର, ଯୁବକଙ୍କୁ ୩ ହଜାର, ଚାଷୀଙ୍କୁ ୩ ହଜାର ମିଳିବ । ୨ ଜଣଙ୍କୁ ୧୬ ଲକ୍ଷ କୋଟି ଦେଇଛନ୍ତି ମୋଦି । ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ । ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ ।

ଆମେ ଦେଶର କୋଟି କୋଟି ଲୋକଙ୍କୁ ଲକ୍ଷପତି ବନାଇବୁ । ଦେଶର କୋଟି କୋଟି ଲୋକଙ୍କ ଖାତାକୁ ଲକ୍ଷେ ଟଙ୍କା ଦେବୁ । ବହୁତ ହୋଇଗଲା, ବହୁତ ପାନ ଖାଇ ପେଟ ଖରାପ ହେଲାଣି । କମିଶନ ବସାଇବୁ, ଚାଷୀଙ୍କ ଋଣ ଛାଡ଼ କରିବୁ । ଦେଶବାସୀଙ୍କୁ ଲକ୍ଷପତି କରିବୁ । ‘ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ । ସମସ୍ତ ବେକାର ଯୁବକଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ । ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ । ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍‌ ଦିଆଯିବ ବୋଲି କହିଛନ୍ତି ରାହୁଲ ଗାନ୍ଧି ।ସରକାରୀ, ପିଏସୟୁ ଭଳି ସଂସ୍ଥାରେ ୧ ବର୍ଷ ପର୍ଯ୍ୟନ୍ତ ଚାକିରି, ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ ଦିଆଯିବ । ମୋଦୀ ସରକାର ୨୨ ଜଣଙ୍କୁ କୋଟିପତି କରିଛନ୍ତି, କଂଗ୍ରେସ ସରକାର ଆସିଲେ, କୋଟି କୋଟି ଲୋକଙ୍କୁ ଲକ୍ଷପତି ବନାଇବୁ ।

ଉଭୟ ରାଜ୍ୟ ଓ କେନ୍ଦ୍ରରେ କଂଗ୍ରେସ ସରକାର ଗଢିଲେ ମହିଳାଙ୍କୁ ବାର୍ଷିକ ୧ ଲକ୍ଷ ୨୪ ହଜାର ଟଙ୍କା ମିଳିବ । ଆଉ ତାହା ବି ସିଧାସଳଖ ବ୍ୟାଙ୍କ ଆକାଉଣ୍ଟ ଜରିଆରେ । ଗରିବ ଓ ଚାଷୀଙ୍କ ସରକାର ଅଥାର୍ତ କଂଗ୍ରେସ ସରକାର ଆଣନ୍ତୁ । ଚାଷୀଙ୍କ ଋଣ ଛାଡ କରିବ କଂଗ୍ରେସ ସରକାର । ଯେତେବେଳେ ଚାଷୀଙ୍କୁ ଋଣ ଛାଡର ଆବଶ୍ୟକତା ରହିବ ତାହା କଂଗ୍ରେସ କରିବ । ସେହିଭଳି ଆଶା ଓ ଅଙ୍ଗନୱାଡିଙ୍କ ଆୟ ୨ ଗୁଣ, ମନେରଗା ଶ୍ରମିକଙ୍କ ପାରିଶ୍ରମିକ ଦୈନିକ ୪ ଶହ ଟଙ୍କା ମିଳିବ । ସେହିଭଳି ଉଦ୍ୟୋଗପତିଙ୍କୁ ଦିଆଯାଇଥିବା ଆଦିବାସୀଙ୍କ ଜମି ଫେରାଇ ଆଣିବୁ ବୋଲି କହିଛନ୍ତି ରାହୁଲ ଗାନ୍ଧୀ ।

 

Leave A Reply

Your email address will not be published.