Masthead

ବାଇକରେ ନିଆଁ ଲାଗି ୨ ଯୁବକ ଜୀବନ୍ତ ଦଗ୍ଧ

ପାରାଦୀପ(ବଡ଼ ଖବର ବ୍ୟୁରୋ): ବାଇକରେ ନିଆଁ ଲାଗି ୨ ଯୁବକ ଜୀବନ୍ତ ଦଗ୍ଧ । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ପାରାଦୀପ ରାସ୍ତା କନ୍ଦରପୁର ଟୋଲ ଗେଟରେ । ମୃତକ ଦେଲେ ରାଜେଶ ଦାସ ଓ ଇଶାନ ସାହୁ। ସେମାନଙ୍କ ଘର ତିର୍ତ୍ତୋଲର ରାହାମା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଦୁଇ ଜଣ ଯୁବକ ଏକ ବାଇକ୍‌ରେ ତିର୍ତ୍ତୋଲରୁ କଟକ ଅଭିମୁଖେ ଆସୁଥିଲେ।

ଏହି ସମୟରେ ମିକ୍ସର ମେସିନ୍‌ଟି କନ୍ଦରପୁର ଟୋଲଗେଟ୍‌ରେ ଅଟକି ଟୋଲ ଫି ଦେଉଥିଲା। ତିର୍ତ୍ତୋଲର ପଟରୁ ଏକ ବାଇକ୍‌ ଦ୍ରୁତ ଗତିରେ ଆସି ମିକ୍ସର ମେସିନ୍‌ର ପଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ବାଇକ୍‌ରେ ନିଆଁ ଲାଗି ଯାଇଥିଲା। ୨ଯୁବକ ଜୀବନ୍ତ ଜଳି ଯାଇଥିଲେ। କନ୍ଦରପୁର ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପରେ ୨ଜଣଙ୍କୁ ଉଦ୍ଧାର କରି କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। କନ୍ଦରପୁର ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ