Masthead

ବାଇକରେ ନିଆଁ ଲାଗି ୨ ଯୁବକ ଜୀବନ୍ତ ଦଗ୍ଧ

ପାରାଦୀପ(ବଡ଼ ଖବର ବ୍ୟୁରୋ): ବାଇକରେ ନିଆଁ ଲାଗି ୨ ଯୁବକ ଜୀବନ୍ତ ଦଗ୍ଧ । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ପାରାଦୀପ ରାସ୍ତା କନ୍ଦରପୁର ଟୋଲ ଗେଟରେ । ମୃତକ ଦେଲେ ରାଜେଶ ଦାସ ଓ ଇଶାନ ସାହୁ। ସେମାନଙ୍କ ଘର ତିର୍ତ୍ତୋଲର ରାହାମା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଦୁଇ ଜଣ ଯୁବକ ଏକ ବାଇକ୍‌ରେ ତିର୍ତ୍ତୋଲରୁ କଟକ ଅଭିମୁଖେ ଆସୁଥିଲେ।

ଏହି ସମୟରେ ମିକ୍ସର ମେସିନ୍‌ଟି କନ୍ଦରପୁର ଟୋଲଗେଟ୍‌ରେ ଅଟକି ଟୋଲ ଫି ଦେଉଥିଲା। ତିର୍ତ୍ତୋଲର ପଟରୁ ଏକ ବାଇକ୍‌ ଦ୍ରୁତ ଗତିରେ ଆସି ମିକ୍ସର ମେସିନ୍‌ର ପଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ବାଇକ୍‌ରେ ନିଆଁ ଲାଗି ଯାଇଥିଲା। ୨ଯୁବକ ଜୀବନ୍ତ ଜଳି ଯାଇଥିଲେ। କନ୍ଦରପୁର ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପରେ ୨ଜଣଙ୍କୁ ଉଦ୍ଧାର କରି କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। କନ୍ଦରପୁର ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ