Masthead

ଇଡି ଟିମ୍ ଉପରେ ଆକ୍ରମଣ, ଗାଡ଼ି ଭଙ୍ଗାରୁଜା କଲେ ୨୦୦ ଲୋକ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଇଡି ଟିମ୍ ଉପରେ ସଂଘବଦ୍ଧ ଆକ୍ରମଣ । ଟିଏମସି ନେତାଙ୍କ ଘରେ ରେଡ୍‌ ପାଇଁ ଯାଇଥିବା ବେଳେ ଆକ୍ରମଣ । ଉତ୍ତର ୨୪ ପ୍ରଗଣାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା କଲେ ୨୦୦ରୁ ଅଧିକ ଲୋକେ । ରାସନ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବନଗାଓଁର ପୂର୍ବତନ ପୌରପାଳିକା ଅଧ୍ୟକ୍ଷ ଶଙ୍କର ଆଧ୍ୟାଙ୍କ ବନଗାଓଁ ସ୍ଥିତ ବାସଭବନରେ ଚଢ଼ାଉ କରିବାକୁ ଯାଇଥିବାବେଳେ ଇଡି ଅଧିକାରୀଙ୍କୁ ଏକକାଳୀନ ୨୦୦ ଲୋକ ଆକ୍ରମଣ କରିଥିବା ଜଣାପଡିଛି ।

ଇଡି ଟିମ୍ ଟିଏମସି ନେତା ଶାହାଜାହାନ ଶେଖଙ୍କ ଘରେ ପହଞ୍ଚିଥିଲା। ଏହି ଟିମ୍ ସେଠାରେ ପହଞ୍ଚି ଶାହାଜାହାନଙ୍କ ଘରର ତାଲା ଭାଙ୍ଗିଥିଲା। ଏହାପରେ ଗ୍ରାମବାସୀ ଏକାଠି ହୋଇ ଇଡି ଟିମ୍ ଉପରେ ଆକ୍ରମଣ କରିଥିଲେ। ସେମାନେ ସେହି ଅଞ୍ଚଳରୁ ଇଡି ଏବଂ ଗଣମାଧ୍ୟମକୁ ହଟାଇବାକୁ ଚେଷ୍ଟା କରିଥିଲେ। ଏହି ଘଟଣାକୁ ନେଇ ପଶ୍ଚିମବଙ୍ଗ ବିଜେପି ମୁଖ୍ୟ ସୁକାନ୍ତ ମଜୁମଦାର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ସମସ୍ତଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ରହିଛି । ତେଣୁ ସ୍ୱାଭାବିକ ଭାବେ ଏନଫୋର୍ସମେଣ୍ଟ ଡିପାର୍ଟମେଣ୍ଟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା