Masthead

୨୦୨୪ ନିର୍ବାଚନ, ଆଜି ବିରୋଧୀ ନେତାଙ୍କ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଗକୁ ୨୦୨୪ ନିର୍ବାଚନ । ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିଛନ୍ତି ବିରୋଧୀ ଦଳ । ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଏକତା ଉପରେ ଜୋର୍‌ ଦିଆଯାଉଥିବାବେଳେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଦିଲ୍ଲୀରେ ଗୁରୁବାର ଅପରାହ୍ନ ୬ଟାରେ ବିରୋଧୀ ଦଳଗୁଡ଼ିକର ନେତାମାନେ ଏଥିରେ ଯୋଗଦେବେ। ଉକ୍ତ ବୈଠକରେ ଦଳଗୁଡ଼ିକର ସ୍ବାର୍ଥ ଏବଂ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌) ଉପରେ ଆଲୋଚନା ହେବ।

ମୁଖ୍ୟ ନିର୍ବାଚନ କମିଶନର (ସିଇସି) ମୁକ୍ତ ଓ ଅବାଧ ନିର୍ବାଚନ କରାଇବା ସହ ଇଭିଏମ୍‌କୁ ନେଇ ଥିବା ସନ୍ଦେହ ଦୂରକରିବା ଆବଶ୍ୟକ ବୋଲି ବିରୋଧୀ ଦଳଗୁଡ଼ିକୁ ଲେଖିଥିବା ପତ୍ରରେ ପାଓ୍ବାର ଉଲ୍ଲେଖ କରିଛନ୍ତି। ଭାଜପାକୁ କ୍ଷମତାଚ୍ୟୁତ କରିବା ପାଇଁ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକତା ଆଣିବା ଲାଗି ଉଦ୍ୟମ ଚାଲିଥିବାବେଳେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା