୨୦୨୪ ନିର୍ବାଚନ, ଆଜି ବିରୋଧୀ ନେତାଙ୍କ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଗକୁ ୨୦୨୪ ନିର୍ବାଚନ । ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିଛନ୍ତି ବିରୋଧୀ ଦଳ । ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଏକତା ଉପରେ ଜୋର୍‌ ଦିଆଯାଉଥିବାବେଳେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଦିଲ୍ଲୀରେ ଗୁରୁବାର ଅପରାହ୍ନ ୬ଟାରେ ବିରୋଧୀ ଦଳଗୁଡ଼ିକର ନେତାମାନେ ଏଥିରେ ଯୋଗଦେବେ। ଉକ୍ତ ବୈଠକରେ ଦଳଗୁଡ଼ିକର ସ୍ବାର୍ଥ ଏବଂ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌) ଉପରେ ଆଲୋଚନା ହେବ।

ମୁଖ୍ୟ ନିର୍ବାଚନ କମିଶନର (ସିଇସି) ମୁକ୍ତ ଓ ଅବାଧ ନିର୍ବାଚନ କରାଇବା ସହ ଇଭିଏମ୍‌କୁ ନେଇ ଥିବା ସନ୍ଦେହ ଦୂରକରିବା ଆବଶ୍ୟକ ବୋଲି ବିରୋଧୀ ଦଳଗୁଡ଼ିକୁ ଲେଖିଥିବା ପତ୍ରରେ ପାଓ୍ବାର ଉଲ୍ଲେଖ କରିଛନ୍ତି। ଭାଜପାକୁ କ୍ଷମତାଚ୍ୟୁତ କରିବା ପାଇଁ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକତା ଆଣିବା ଲାଗି ଉଦ୍ୟମ ଚାଲିଥିବାବେଳେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ