ରାଷ୍ଟ୍ରପତିଙ୍କୁ ଭେଟିବେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ୨୧ ସାଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ମଣିପୁର ଲଜ୍ଜାକୁ ନେଇ ଜୋର ଧରିଛି ରାଜନୀତି । କିଛି ଦିନ ତଳେ ମଣିପୁର ଗସ୍ତରେ ଯାଇଥିଲା ଟିମ ଇଣ୍ଡିଆ । ସ୍ଥିତି ସମୀକ୍ଷା କରିବା ସହ ପୀଡିତାଙ୍କ ସହ ଆଲୋଚନା କରି ଫେରିଥିଲେ । ଆଉ ଆଜି ମଣିପୁର ହିଂସାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ଜଣ ସାଂସଦ । ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କୁ ଭେଟିବେ । ବିରୋଧ ଦଳ ପକ୍ଷରୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାଷ୍ଟ୍ରପତିଙ୍କୁ ଭେଟିବାକୁ ସମୟ ମାଗିଥିଲେ ।

ମଣିପୁରର ଆଇନ୍ ଶୃଙ୍ଖଳା ସ୍ଥିତି ଏବଂ ବିଭିନ୍ନ ଶିବିରରେ ରହୁଥିବା ପୀଡ଼ିତମାନଙ୍କ ସମସ୍ୟା ସମ୍ପର୍କରେ ବିରୋଧୀ ମେଣ୍ଟ ରାଷ୍ଟ୍ରପତିଙ୍କୁ ଅବଗତ କରାଇବେ । ସେପଟେ ମଣିପୁର ହିଂସାକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଛି ବିଜେପି । ସେପଟେ ମଣିପୁରରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଦିଲ୍ଲୀ ମହିଳା କମିଶନ ସ୍ୱାତୀ ମଲିୱାଲ ରାଷ୍ଟ୍ରପତିଙ୍କୁ ପଠାଇଥିବା ରିପୋର୍ଟରେ ଦାବି କରିଛନ୍ତି । ଅନ୍ୟପଟେ ରାଜନୈତିକ ଫାଇଦା ପାଇଁ ବିରୋଧୀ ମେଣ୍ଟ ମଣିପୁର ସ୍ଥିତିକୁ ନେଇ ଯେଉଁଭଳି ରାଜନୀତି କରୁଛି, ତାହା ଅତ୍ୟନ୍ତ ନିନ୍ଦନୀୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’