ଥାନା ଅଧିକାରୀଙ୍କୁ ମାଡ଼ ମାରିବା ଘଟଣା, ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଥାନା ଅଧିକାରୀଙ୍କୁ ମାଡ଼ ମାରିବା ଘଟଣା । ଗିରଫ ଭୟରେ ଗାଁ ହୋଇଛି ପୁରୁଷ ଶୂନ୍ୟ । ୨୧ ଜଣଙ୍କୁ ଉଠାଇନେଇଛି ପୋଲିସ । ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ତିରେ ଜୁଆ ଆଡ୍ଡାରେ ଚଢାଉ ବେଳେ ବାଲେଶ୍ୱର ତାଳସାରୀ ସାମୂଦ୍ରିକ ଥାନା ଅଧିକାରୀଙ୍କୁ ଦୋକାନରେ ବନ୍ଦ କରି ମାଡ ମାରିଥିଲେ ଲୋକେ ।

ଆକ୍ରମଣରେ ପୁଲିସ ଗାଡି ଡ୍ରାଇଭରଙ୍କ ସହ ୪ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି । ଖବର ପାଇଁ ଥାନା ଅଧିକାରୀ ଚମ୍ପାବତୀ ସୋରେନଙ୍କୁ ଉଦ୍ଧାର କରିଥିଲା ଭୋଗରାଇ ପୁଲିସ । ଭୋଗରାଇର ସାହାବାଜିପୁର ପଞ୍ଚାୟତ ଅଧୀନ ଉଦୟପୁର ଗାଁ ମଧ୍ୟ ଦେଇ ରାତି ପ୍ରାୟ ୧୦ଟାରେ ସାମୁଦ୍ରିକ ଥାନା ଅଧିକାରିଣୀ ସଦଳବଳେ ରାତ୍ରି ପେଟ୍ରୋଲିଂରେ ବାହାରି ଥିଲେ। ଉଦୟପୁର ଗାଁର ଜନୈକ ବ୍ୟକ୍ତିଙ୍କ ଦୋକାନ ବନ୍ଦ କରିବାକୁ କହିବାରୁ ଅଚାନକ କିଛି ବ୍ୟକ୍ତି ତାଙ୍କୁ ଜବରଦସ୍ତ ଧରି ଦୋକାନ ଘରେ ପୁରାଇ ଦେଇ ଥିଲେ।

ଥାନାର ଗାଡି ଚାଳକ ସୁଧାଂଶୁ ମହାନ୍ତି ବିରୋଧ କରିଥିଲେ ମଧ୍ୟ ତାଙ୍କୁ ମାରି ଲହୁ ଲୁହାଣ କରିଦେଇ ଥିଲେ। ନିରୁପାୟ ହୋଇ ଥାନା ଅଧିକାରିଣୀ ସହାୟତା ପାଇଁ ସାମ୍ବାଦିକ ଠାରୁ ବିଭାଗ ପର୍ଯ୍ୟନ୍ତ ସହାୟତା ପାଇଁ ନିବେଦନ କରିଥିଲେ। ତେବେ ପୁଲିସ ପହଂଞ୍ଚି ଥାନା ଅଧିକାରିଣୀଙ୍କୁ ଉଦ୍ଧାର କରି ତଦନ୍ତ ଜାରି ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ