Masthead

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ୨୨ ହଜାର ୫ଶହ ୨୮ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସିଲା ୨୦୨୩-୨୪ ରାଜ୍ୟ ବଜେଟ । ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ଏହି ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ୨୦୨୨-୨୩ ଶିକ୍ଷା ବର୍ଷରୁ ଶ୍ରେଣୀ ଗୃହ ଭିତରେ ଓ ବାହାରେ ଛାତ୍ରଛାତ୍ରୀଙ୍କୁ ସହାୟତା କରିବା ପାଇଁ ୫ଟି ହାଇସ୍କୁଲ ରୂପାନ୍ତରୀକରଣ କାର୍ୟ୍ୟକ୍ରମ ଅଧିନରେ ଏକାଡେମିକ କ୍ୟାଲେଣ୍ଡର, ହାଉସ ସିଷ୍ଟମ ଏବଂ ସ୍କୁଲ ସ୍ତରୀୟ କ୍ଲବ ପ୍ରଚଳନ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଏହାସହ ୱାଚ ଓ ୱାର୍ଡ ଓ ହାଉସକିପିଂ ସେବାର ବ୍ୟବସ୍ଥା ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ନିୟୋଜିତ କରାଯାଇଛି । ଏଥିପାଇଁ ୧ ଶହ ୩କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମୋ ସ୍କୁଲ ଅଭିଯାନରେ ୭ ଲକ୍ଷ ୭୧ ହଜାର ୯ ଶହ ୩୪ ଜଣ ପୂର୍ବତନ ଛାତ୍ରଛାତ୍ରୀ ୩୧ ଜାନୁଆରୀ ୨୦୨୩ ସୁଦ୍ଧା ସାମିଲ ହେବା ୧ ଶହ ୯୬ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସେମାନଙ୍କ ଅନୁରୂପ ଅନୁଦାନକୁ ଦୃଷ୍ଟିରେ ରଖି ସରକାର ବିଦ୍ୟାଳୟ ଗୁଡିକର ସାମଗ୍ରିକ ବିକାଶ ପାଇଁ ୩ ଶହ ୮୨ କୋଟି ଟଙ୍କା ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ