Masthead

୨୩ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର

ଲମତାପୁଟ(ବଡ଼ ଖବର ବ୍ୟୁରୋ): କମାଣ୍ଡର ଜିପରୁ ୨୩ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଚଳନ୍ତା ଗାଡ଼ିରୁ ଡେଇଁ ମାଫିଆ ଫେରାର । ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ିବସିଲା ମାଛକୁଣ୍ଡ ପୋଲିସ । ଜଲାପୁଟ ଅଞ୍ଚଳରୁ ଆସି ପାଡୁଆ ଦେଇ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇଥିଲା ମାଛକୁଣ୍ଡ ପୋଲିସ । ସଗର ଛକ ନିକଟରେ ମାଛକୁଣ୍ଡ, ଜଲାପୁଟ ଓ ଲମତାପୁଟ ପୋଲିସର ମିଳିତ ଟିମ ଚଢାଉ କରିଥିଲେ । ପୋଲିସ ପିଛା କରୁଥିବା ଦେଖି ଚଳନ୍ତା ଗାଡ଼ିରୁ ମାଫିଆ ଡେଇଁ ଫେରାର ହୋଇଯାଇଥିଲା । ଜିପରୁ ୨କୁଇଣ୍ଟାଲ ୨୮ କେଜି ଗଞ୍ଜେଇ ଜବତ ହୋଇଛି । ଗଞ୍ଜେଇର ମୂଲ୍ୟ ପ୍ରାୟ ୨୩ ଲକ୍ଷ ହେବ ବୋଲି ପୋଲିସ ସୂଚନା ଦେଇଛି । ଜାନୁୟାରୀ ମାସରୁ ଆଜି ପର୍ଯ୍ୟନ୍ତ ମାଛକୁଣ୍ଡ ପୋଲିସ ୧୭ଟି ଗଞ୍ଜେଇ ଚୋରା ଚାଲାଣ ମାମଲା ରୁଜୁ କରିଥିବା ବେଳେ ସାଢେ ୪ଟନ ଗଞ୍ଜେଇ ଜବତ କରିଛି ଏବଂ ୧୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ମାଛକୁଣ୍ଡ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ