Masthead

୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେଲା ଲଘୁଚାପ । ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ଚେତାବନୀ । ଦକ୍ଷିଣ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡିଶା ଉପରେ ଥିବା ଉପର ବାୟୁ ଘୁର୍ଣ୍ଣିବଳୟ ପ୍ରଭାବରେ ସେହି ସମାନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହିତ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ ମିମି ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଦକ୍ଷିଣ ପଶ୍ଚିମ ଆଡକୁ ଢଳି ରହିଛି । ପ୍ରଭାବରେ ଆହୁରି ୨୪ ଘଣ୍ଟାରେ ରାଜ୍ୟରେ ଅତି ପ୍ରବଳ ବର୍ଷା ସହ ୭ ଦିନ ଯାଏ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା କୁ ନେଇ  ଚେତାବନୀ ରହିଛି। ଉପକୂଳ ଓଡ଼ିଶାରେ ବର୍ଷାର ବିଶେଷ ପ୍ରଭାବ ରହିବ।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ପୁରା ଓଡ଼ିଶାକୁ ସତର୍କତା ଜାରୀ କରିଛି ପାଣିପାଗ ବିଭାଗ । ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲଗୁଡିକ ହେଉଛି ବରଗଡ଼, ଝାରସୁଗୁଡା, ସୁନ୍ଦରଗର, ସମ୍ବଲପୁର। ଏହାଛଡା ବାକି ୨୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ପ୍ରଭାବରେ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ପାଇଁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ସକାଳ ସାଢେ ୮ଟାରୁ କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ବିଶେଷକରି ପଶ୍ଚିମ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ ଉତ୍ତର-ଊପକୁଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ସମୁଦ୍ର ପରିସ୍ଥିତି ଅନୁକୂଳ ନଥିଲେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ