Masthead

ଆନନ୍ଦପୁରରେ ୨୪ ମେଗାୱାଟ ଜଳବିଦ୍ୟୁତ ପ୍ରକଳ୍ପ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଜିଲ୍ଲା ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କ ଟଙ୍କା। ଏହାର ସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦୁଝର ଜିଲ୍ଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି। କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜିଲ୍ଲାର ସବୁ ରାସ୍ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ମେଗା ପିଇବା ପାଣି ପ୍ରକଳ୍ପରେ ଜିଲ୍ଲାର ସବୁ ଘର ଗାଁ ଓ ସହର ସବୁ ଅଞ୍ଚଳରେ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଚାଲିଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଲୋଅର ବୈତରଣୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ହେଉଛି ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ । ଏହା ପରିବେଶ ଅନୁକୂଳ ଏବଂ ଏହି ପ୍ରକଳ୍ପରେ କେହି ଜଣେ ବି ବିସ୍ଥାପିତ ହୋଇନଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଏବଂ ଏହିଭଳି ଅନେକ ଛୋଟ ଛୋଟ ଶକ୍ତି ପ୍ରକଳ୍ପ ଦ୍ୱାରା ଓଡ଼ିଶା ପରିବେଶ ପରିବର୍ତ୍ତନ ଆହ୍ୱାନକୁ ଠିକ୍‌ ଭାବରେ ମୁକାବିଲା କରିପାରିବ। ବୈତରଣୀ ନଦୀ ଉପରେ ନିର୍ମିତ ଏହି ପ୍ରକଳ୍ପ ହାଇଦ୍ରାବାଦସ୍ଥିତ ବୈତରଣୀ ପାୱାର ପ୍ରୋଜେକ୍ଟ ପ୍ରାଇଭେଟ ଲିମିଟେଡ ଦ୍ୱାରା ସ୍ଥାପନ କରାଯାଇଛି। ଏଥିରୁ ରାଜ୍ୟ ଗ୍ରୀଡ ବର୍ଷକୁ ୧୦୦ ମିଲିଅନ ୟୁନିଟ ବିଜୁଳି ପାଇପାରିବ। ଏହାଦ୍ୱାରା ଆନନ୍ଦପୁର ଅଞ୍ଚଳର ଲୋକମାନେ ଉନ୍ନତମାନର ବିଜୁଳି ସୁବିଧା ପାଇପାରିବେ।

ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଲେ ଯେ ଏହି ପ୍ରକଳ୍ପ ଦ୍ୱାରା ଅକ୍ଷୟ ଶକ୍ତି କ୍ଷେତ୍ରରେ ରାଜ୍ୟର କ୍ଷମତା ବଢିଛି। ଏହାଦ୍ୱାରା କେନ୍ଦୁଝର ଓ ସାରା ଓଡିଶାବାସୀ ଉପକୃତ ହେବେ । ଭବାନୀପାଟଣାରେ ଉପସ୍ଥିତ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଲେ ଯେ ପିକ୍ ସମୟରେ ଗ୍ରୀଡକୁ ଶକ୍ତି ଯୋଗାଇବାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହି ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବଳିଷ୍ଠ ନେତୃତ୍ୱକୁ ପ୍ରଶଂସା କରିଥିଲେ। ଏହି ଅବସରରେ କେନ୍ଦୁଝରରେ ଉପସ୍ଥିତ କେନ୍ଦୁଝର ସାଂସଦ, ଘାସିପୁରା ବିଧାୟକ ଏବଂ ଆନନ୍ଦପୁର ବିଧାୟକ ପ୍ରମୁଖ ସେମାନଙ୍କର ବକ୍ତବ୍ୟ ରଖିଥିଲେ। ଲୋଅର ବୈତରଣୀ ପାୱାର ପ୍ରକଳ୍ପର ପରିଚାଳନା ନିର୍ଦ୍ଦେଶକ ପ୍ରକଳ୍ପ ସମ୍ବନ୍ଧରେ ଆଲୋକପାତ କରିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶକ୍ତି ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କେନ୍ଦୁଝର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼