୨୪୦ କିଲୋଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ

କୋରାପୁଟ(ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା । ଜିଲ୍ଲାର ନନ୍ଦପୁର ବ୍ଲକରେ ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ଜନ୍ତାଗୁଡା ଗ୍ରାମରେ ଗଞ୍ଜେଇ ବହଜୁଦଥିବା ଖବର ପାଇଥିଲା । ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ ଉକ୍ତ ଗ୍ରାମର ଧନୁକୁଲା ନାମକ ଜଣେ ବ୍ୟକ୍ତିଙ୍କ ଘରେ ଚଢାଉକରି ୨୪୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ଯାହାର ପାଖାପାଖି ମୂଲ୍ୟ ୨୪ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଇନିସପେକ୍ଟର ତେଜରାଜ ଜାନୀ କହିଛନ୍ତି । ଘଟଣାରେ ସଂପୃକ୍ତ ଧନୁକୁଲାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

କୋରାପୁଟ ଜିଲ୍ଲାରେ ବ୍ୟାପକ ଭାବରେ ଗଞ୍ଜେଇ ଚୋରାଚାଲାଣକୁ ରୋକିବାକୁ ଅବକାରୀ ବିଭାଗ ଓ ପୋଲିସ ବିଭାଗ ତତ୍ପରତା ପୂର୍ବକ ପାଟ୍ରୋଲିଂକୁ ଜୋରଦାର କରାଯିବା ସହ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ