Masthead

ଆତ୍ମସମର୍ପଣ କଲେ ୨୫ ମାଓବାଦୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୨୫ ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମୁଣ୍ଡ ଉପରେ ଥିଲା ୩୭ ଲକ୍ଷ ଟଙ୍କାର ପୁରସ୍କାର ରାଶି । ବିଜାପୁର ଜିଲ୍ଲାର ଭୈରବଗଡ ଓ ଗାଙ୍ଗାଲୁର ଏରିଆ କମିଟିର ଏହି ୨୫ ଜଣ ଇନାମୀ ନକ୍ସଲ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ ପରେ ନକ୍ସଲମାନେ କହିଛନ୍ତି ଯେ ସରକାରଙ୍କ ପୁନର୍ବାସ ନୀତି ଏବଂ ବିଜାପୁର ପୁଲିସର ‘ନିୟଦ ନେଲା ନାର’ ଯୋଜନାରେ ପ୍ରଭାବିତ ହୋଇ ସେମାନେ ଆତ୍ମସମର୍ପଣ କରିବା ଲାଗି ପଦକ୍ଷେପ ନେଇଛନ୍ତି ।

ଚଳିତ ବର୍ଷ ଏପର୍ଯ୍ୟନ୍ତ ୧୭୦ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଅନ୍ୟ ପକ୍ଷରେ ବିଭିନ୍ନ ମାଓ ହିଂସାରେ ସମ୍ପୃକ୍ତ ୩୪୬ ଜଣ ନକ୍ସଲଙ୍କୁ ବିଜାପୁର ପୋଲିସ ଗିରଫ କରିଛି । ବରିଷ୍ଠ ମାଓବାଦୀଙ୍କ ଦ୍ୱାରା ନିର୍ଯାତନା ଓ ମାନସିକ ଶାରୀରିକ ନିର୍ଯାତନାରେ ଅତିଷ୍ଠ ହୋଇ ଏହି ନକ୍ସଲମାନେ ସମାଜର ମୁଖ୍ୟ ସ୍ରୋତକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ