Masthead

ଆସିକା ବିଜେଡି ପକ୍ଷରୁ ୨୭ ତମ ପ୍ରତିଷ୍ଠା ଦିବସ ପାଳିତ

ଆସିକା(ବଡ଼ ଖବର ବ୍ୟୁରୋ):  ଓଡ଼ିଶାର ବିଜେଡି ଦଳ ଆଜି ୨୬ ପୂରି ୨୭ ବର୍ଷକୁ ପଦାର୍ପଣ କରିଛି । ଏହି ୨୭ତମ ପ୍ରତିଷ୍ଠା ଦିବସରେ ସେବା ଓ ବିକାଶର ବାର୍ତ୍ତା ଦେଇଛି ବିଜେଡି । ଏହା ସହିତ ପ୍ରତିଷ୍ଠା ଦିବସରେ ସାଇକେଲ ଯାତ୍ରା, ଗଣଦୌଡ ଏବଂ ସାଧାରଣ ସଭା କାର୍ଯ୍ୟମାନ ଅନୁଷ୍ଠିତ ହୋଇଯାଇଛି । ଆସିକା ବିଜୁ ଜନତା ପକ୍ଷରୁ ବିଜୁଛକ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଧାୟିକା ମଞ୍ଜୁଳା ସ୍ବାଇଁଙ୍କ ଦ୍ଵାରା ପୁଷ୍ପମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆସିକା ସଵଡିଭିଜନ ମେଡିକାଲ ଠାରୁ ରୋଗୀଙ୍କ ଆରୋଗ୍ୟ କାମନା ସହିତ ସମସ୍ତଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କାର୍ୟ୍ୟକ୍ରମ ହୋଇଥିଲା । ଏହାପରେ ଆସିକା ସହର ଉପକଣ୍ଠ ପ୍ରାଚୀନ ଟାଉନହଲ ପଡିଆ ଠାରେ ବିରାଟ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଯୁବ ଜିଲ୍ଲା ପରିଷଦ ବି.ମନୋଜ କୁମାର ଦୋରା କାର୍ୟ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ବହୁ ବିଜେଡି ନେତା ଯୋଗ ଦେଇଥିଲେ । ବିଜୁ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ବିଜୁ ଜନତା ଗଠନ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ