Masthead

ପୋଲିସ ନିକଟରେ ୨୮ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଛତିଶଗଡରେ ପୁଣି ୨୮ ମାଓବାଦୀଙ୍କ ଆତ୍ମସମର୍ପଣ । ସେମାନଙ୍କ ମୁଣ୍ଡ ଉପରେ ଥିଲା ୮୯ ଲକ୍ଷ ଟଙ୍କାର ପୁରସ୍କାର । ନାରାୟଣପୁର ଏସପି ଓ ବସ୍ତର ଆଇଜି ପି.ସୁନ୍ଦର ରାଜଙ୍କ ସମ୍ମୁଖରେ ଏମାନେ ହତିଆର ସହ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୧୯ ଜଣ ମହିଳା ମାଓବାଦୀ ରହିଛନ୍ତି । ସମସ୍ତଙ୍କ ନାମରେ ୮୯ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା । ଏସଏଲଆର, ଇନସାସ ଏବଂ ୩୦୩ ବନ୍ଧୁକ ସହ ଏମାନେ ଆତ୍ମସମର୍ପଣ କରିଛନ୍ତି । ଛତିଶଗଡ଼ ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ଆତ୍ମନିର୍ଭରଶୀଳ ନୀତି ଏବଂ ଘରକୁ ଫେରିଆସ ଯୋଜନାରେ ନକ୍ସଲ ଲଗାତାର ଆତ୍ମସମର୍ପଣ କରୁଛନ୍ତି । ପୁଣି ଦୁର୍ଦ୍ଦାନ୍ତ ହିଡମାର ମୃତ୍ୟୁ ସଂଗଠନକୁ ଏକ ପ୍ରକାର ବ୍ୟାକଫୁଟକୁ ନେଇଯାଇଛି । ସଂଗଠନରେ ଦୁଇ ଗୋଷ୍ଠୀ ହେବା ସହ କିଏ କାହାକୁ ଆଉ ମାନୁନଥିବା ଜଣାପଡିଛି ।

ନେତତ୍ୱ ବିହୀନ ସଂଗଠନ ହୋଇଥିବାରୁ ତଳସ୍ତରର ନକ୍ସଲ ସରକାରଙ୍କ ସହ ଯୋଗାଯୋଗ କରି ଆତ୍ମସମର୍ପଣ କରୁଛନ୍ତି । ପ୍ରଶାସନ ତରଫରୁ ସମସ୍ତଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଆତ୍ମନିର୍ଭରଶୀଳ ନୀତି ଅନୁଯାୟୀ ସମସ୍ତଙ୍କୁ ଥଇଥାନ କରାଯିବ ବୋଲି କୁହାଯାଇଛି । ଗତ ୫୦ ଦିନରେ ନାରାୟଣପୁର ଜିଲ୍ଲାରେ ୫୧୨ ଜଣ ନକ୍ସଲ ମୁଖ୍ୟସ୍ରୋତଲେ ସାମିଲ ହେଲେଣି। ମାଓ ନେତା ଅନନ୍ତ ଜାରି କରିଥିବା ଅଡିଓ ଟେପ୍ ଧ୍ୟାନରେ ରଖି ସେମାନଙ୍କୁ ଆହ୍ବାନ କରୁଛୁ ସେମାନେ ସମସ୍ତେ ଆସି ଆତ୍ମସମର୍ପଣ କରନ୍ତୁ। ବିଭିନ୍ନ ଜଙ୍ଗଲରେ ଏବେ ବି ରହିଯାଇଥିବା ନକ୍ସଲପନ୍ଥିଙ୍କୁ ତୁରନ୍ତ ଆତ୍ମସମର୍ପଣ କରି ବାକି ଜୀବନ ଖୁସିରେ କଟାନ୍ତୁ ବୋଲି ଆଇଜି ସୁନ୍ଦର ରାଜ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର