Masthead

ବ୍ୟାଙ୍କରେ ଜମା ହେଲା ୨୮୫କୋଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲାର ମଦଭାଟି, ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚଢ଼ାଉ କରି ଆୟକର ବିଭାଗ ଜବତ କରିଥିବା କୋଟି କୋଟି ଟଙ୍କାର ଶେଷରେ ହିସାବ ମିଳିଛି। କେବଳ ବଲାଙ୍ଗୀର ଏସ୍‌ବିଆଇ ମୁଖ୍ୟ ଶାଖାରେ ଚାଲିଥିବା ଗଣତି ୩୦୫ କୋଟି ଟଙ୍କା ବୋଲି ଜଣାପଡିଛି। ସୁଦପଡ଼ା ମଦଭାଟି ଓ କ୍ଲବପଡ଼ା ଅଫିସରେ ଆୟକର ବିଭାଗର ଚଢାଉ ଜାରି ରହିଛି । ସେପଟେ ବ୍ୟାଙ୍କରେ ଜମା ହେଲା ଆୟକର ବିଭାଗ ଦ୍ୱାରା ଜବତ ହୋଇଥିବା ୨୮୫ କୋଟ ଟଙ୍କା ।

ଏକ ସ୍ୱତନ୍ତ୍ର ଆକାଉଣ୍ଟରେ ଏହି ପଇସା ରଖାଯାଇଛି । ତେବେ ବ୍ୟାଙ୍କ ଅଧିକାରୀ ଚିରା ନୋଟ ଗୁଡିକୁ ଆୟକର ବିଭାଗକୁ ଫେରାଇ ଦିଆଯାଇଛି । ଆୟକର ବିଭାଗ ବଲାଙ୍ଗୀରରୁ କେତେ ଟଙ୍କା ଜବତ କରିଛି ତାହା ଏଯାଏ ମଧ୍ୟ ସ୍ପଷ୍ଟ ହୋଇନାହିଁ । ଏବେ ବଲାଙ୍ଗୀର ସହରରେ ୫୦ରୁ ଅଧିକ ଆୟକର ଅଧିକାରୀଙ୍କ ସମେତ ବହୁ ସିଆଇଏସ୍ଏଫ୍ ଯବାନ ଡେରା ପକାଇଛନ୍ତି । ସୋମବାର ଟିଟିଲାଗଡ଼ଠାରେ ଆୟକର ବିଭାଗ ଅଧିକାରୀମାନେ ମଦ ବ୍ୟବସାୟୀ ସଞ୍ଜୟ ସାହୁଙ୍କ ଘରକୁ ଯାଇ ତାଙ୍କ ପତ୍ନୀ ଆରତିଙ୍କ ସମ୍ପତ୍ତି ସମ୍ପର୍କରେ ପଚରାଉଚରା କରିଥିଲେ ।

ପରେ ଆରତିଙ୍କ ଉପସ୍ଥିତିରେ ଏକ୍ସିସ ବ୍ୟାଙ୍କ ଓ ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଥିବା ତାଙ୍କର ବ୍ୟାଙ୍କ ଖାତାଗୁଡ଼ିକ ଯାଞ୍ଚ କରିଥିଲେ । ଏହି ସମୟରେ ୩ ଗୋଟି ଲକରରୁ ବହୁ ପରିମାଣରେ ସୁନା ଜବତ ହୋଇଥିବା ଜଣାପଡିଛି । ଲକରରେ ସୁନା ଗହଣା, ସୁନା ବିସ୍କୁଟ ଓ ହୀରା ଗହଣା ଭଳି ଜିନିଷ ଥିବା ଜଣାପଡିଛି । ପୂର୍ବରୁ ଟିଟିଲାଗଡ଼ରୁ ୧୧ କୋଟି ଟଙ୍କା ଜବତ ହୋଇଥିବା ବେଳେ ଦୀପକ ସାହୁ ଓ ସଞ୍ଜୟ ସାହୁଙ୍କୁ ଆୟକର ବିଭାଗ ଅଧିକାରୀମାନେ ପଚରାଉଚରା ଜାରି ରଖିଥିବା ଜଣାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ