Masthead

୨୪ ଘଣ୍ଟାରେ ୨୯୧ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ଏବେ ତାଣ୍ଡବ ମଚାଉଛି କରୋନା । ବେହାଲ ହେବାରେ ଲାଗିଛି ସ୍ଥିତି । ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୨୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ସାଧାରଣ ଜନତା ଏବେ ଭୟଭୀତ ହେବାରେ ଲାଗିଛନ୍ତି ।କରୋନାରୁ ବଂଚିବା ପାଇଁ ହେଲେ ଟିକାକରଣ ହିଁ ଏକମାତ୍ର ଉପାୟ। ନାଇଟ କର୍ଫ୍ୟୁ ଓ ଆଶିଂକ ଲକଡାଉନ କରୋନା ସଂକ୍ରମଣ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି କହିଛନ୍ତି କେନ୍ଦ୍ର ସରକାର ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଆଉ ୬୨,୨୫୮ ଜଣ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା, ୧,୧୯,୦୮,୯୧୦ରେ ପହଞ୍ଚିଥିବାବେଳେ ଏମାନଙ୍କ ମଧ୍ୟରୁ ୧,୧୨,୯୫,୦୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କେବଳ ୨୪ ଘଣ୍ଟାରେ ୩୦,୩୮୬ ଜଣ ସୁସ୍ଥ ହୋଇଛନ୍ତି।ବର୍ତ୍ତମାନ ଦେଶରେ ଆକ୍ଟିଭ କେସ ୪,୫୨,୬୪୭ ରହିଥିବାବେଳେ ଗତକାଲି ତୁଳନାରେ ଏହା ୩୧,୫୮୧ ଅଧିକ ରହିଛି । ସେହିପରି କରୋନା ମହାମାରୀ ଗୋଟିଏ ଦିନରେ ଆଉ ୨୯୧ ଜଣଙ୍କ ମୁଣ୍ଡ ନେଇଛି।

ଫଳରେ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୬୧,୨୪୦କୁ ବୃଦ୍ଧି ପାଇଛି। ଏଯାଏ ଦେଶରେ ମୋଟ ୫,୮୧,୦୯,୭୭୩ ଜଣଙ୍କୁ କରୋନା ଟିକା ନେଇଛନ୍ତି । ମହାରାଷ୍ଟ୍ର ସ୍ଥିତି ଦିନକୁ ଦିନ ଅଧିକ ଜଟିଳ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬,୯୦୨ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ