Masthead

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୫ ଲୋକସଭା ଏବଂ ୩୫ ବିଧାନସଭା ଆସନରେ ଚାଲିଛି ଭୋଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ୫ ଲୋକସଭା ଆସନ ଓ ୩୫ଟି ବିଧାନସଭା ଆସନରେ ଚାଲିଛି ଭୋଟ । ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଓ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳିରେ ଭୋଟିଂ ଚାଲିଛି । ୫ ଲୋକସଭା କ୍ଷେତ୍ରରେ ମୋଟ ୪୦ ଜଣ ପ୍ରାର୍ଥୀ ନିର୍ବାଚନୀ ରଣାଙ୍ଗନରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ୩୪ ପୁରୁଷ ଓ ୬ ଜଣ ମହିଳା । ୩୫ ବିଧାନସଭା କ୍ଷେତ୍ରରେ ମୋଟ ୨୬୫ ଜଣ ପ୍ରାର୍ଥୀ ଭାଗ୍ୟ କରୁଥିବା ବେଳେ ଏମାନଙ୍କ ମଧ୍ୟରେ ୨୨୪ ପୁରୁଷ ଓ ୪୧ ମହିଳା ଅଛନ୍ତି। ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି।

ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି । ଏହି ପର୍ଯ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର କରାଯାଇଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି । ୧ ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ବାରା ପରିଚାଳିତ । ୧ ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର ହୋଇଛି। ତେବେ ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ