Masthead

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୫ ଲୋକସଭା ଏବଂ ୩୫ ବିଧାନସଭା ଆସନରେ ଚାଲିଛି ଭୋଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ୫ ଲୋକସଭା ଆସନ ଓ ୩୫ଟି ବିଧାନସଭା ଆସନରେ ଚାଲିଛି ଭୋଟ । ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଓ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳିରେ ଭୋଟିଂ ଚାଲିଛି । ୫ ଲୋକସଭା କ୍ଷେତ୍ରରେ ମୋଟ ୪୦ ଜଣ ପ୍ରାର୍ଥୀ ନିର୍ବାଚନୀ ରଣାଙ୍ଗନରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ୩୪ ପୁରୁଷ ଓ ୬ ଜଣ ମହିଳା । ୩୫ ବିଧାନସଭା କ୍ଷେତ୍ରରେ ମୋଟ ୨୬୫ ଜଣ ପ୍ରାର୍ଥୀ ଭାଗ୍ୟ କରୁଥିବା ବେଳେ ଏମାନଙ୍କ ମଧ୍ୟରେ ୨୨୪ ପୁରୁଷ ଓ ୪୧ ମହିଳା ଅଛନ୍ତି। ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି।

ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି । ଏହି ପର୍ଯ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର କରାଯାଇଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି । ୧ ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ବାରା ପରିଚାଳିତ । ୧ ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର ହୋଇଛି। ତେବେ ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି