Masthead

୩ ବିଜେପି ବିଧାୟକ ସସପେଣ୍ଡ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ ): ୩ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ବିଷ୍ଣୁ ସେଠୀ ଓ ମୋହନ ମାଝୀଙ୍କୁ ଆଜି ବାଚସ୍ପତି ସୂର୍ଯ୍ୟନାରାୟଶ ପାତ୍ର ଚଳିତ ଅଧିବେଶନରୁ ନିଲମ୍ବନ କରିଛନ୍ତି। ସୂଚନାନୁଯାୟୀ ଆଜି ଅପରାହ୍ନରେ ବିଧାନସଭାରେ ଗୃହ କାର୍ଯ୍ୟ ଚାଲିଥିବା ବେଳେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚପଲ ଓ ଇୟରଫୋନ୍ ଫିଙ୍ଗା ଯାଇଥିଲା । ତେବେ ଏହି ଛଟଣାକୁ ଶାସକ ଦଳ ସଦସ୍ୟମାନେ ଉଦବେଗ ପ୍ରକାଶ କରିବା ସହ ଘଟଣାକୁ ନିନ୍ଦା କରିଥିଲେ। ତା ସହ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଚସ୍ପତିଙ୍କ ନିକଟରେ ଦାବି ରଖିଥିଲେ ।

ତେବେ ଏହି ଘଟଣାର ଭିଡ଼ିଓ କ୍ଲିପିଂ ଦେଖିବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ବିଜେପି ବିଧାୟକ ଦଳର ମୁଖ୍ୟ ସଚେତକ ମୋହନ ମାଝୀ, ଉପମୁଖ୍ୟ ସଚେତକ ବିଷ୍ଣୁ ସେଠୀ ଓ ଜୟନାରାୟଣ ମିଶ୍ରଙ୍କୁ ଚଳିତ ଅଧିବେଶନରୁ ନିଲମ୍ବନ କରିଛନ୍ତି। ଚଳିତ ବଜେଟ୍ ଅଧିବେଶନ ଶେଷ ପର୍ଯ୍ୟନ୍ତ ସେମାନେ ଗୃହ କାର୍ଯ୍ୟରେ ଯୋଗ ଦେଇପାରିବେ ନାହିଁ ବୋଲି ବାଚସ୍ପତି ରୁଲିଂ ଦେଇଛନ୍ତି। ଏହାର ପ୍ରତିବାଦରେ ବିଜେପି ବିଧାୟକମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ