Masthead

ସିଂହଦ୍ୱାର ଆଗରେ ତିନି ରଥ, କାଲି ଶ୍ରୀଜିଉଙ୍କ ସୁନାବେଶ

ପୁରୀ (ବଡ଼ ଖବର ବ୍ୟୁରୋ): ନବଦିନାତ୍ମକ ଯାତ୍ରା ସାରି ଭାଇ-ଭଉଣୀଙ୍କୁ ସାଙ୍ଗର ଧରି ବାହୁଡିଲେ ମହାବାହୁ । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି। ଆଜି ଦଶମୀ ସହ ସଂକ୍ରାନ୍ତି ଥିବାରୁ ରଥ ଉପରେ ହେବ ନୀତିକାନ୍ତି । ୩ ରଥରେ ସକାଳ ୬ଟାରୁ ମଙ୍ଗଳ ଆଳତି କରାଯାଇ ଦୈନନ୍ଦିନ ନୀତିକାନ୍ତି ପରେ ଅପରାହ୍ଣ ୨ଟାରେ ମଧ୍ୟାହ୍ନ ଧୂପ ଲାଗି ହେବ । ରାତି ୯ଟା ୩୦ରେ ବଡ଼ ସିଂହାର ବେଶ ପରେ ବଡ଼ ସିଂହାର ଭୋଗ ଲାଗି ହେବ । ରାତି ୧୧ଟାରେ ପଡ଼ିବ ପହୁଡ଼ । ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ।। ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ଶ୍ରୀଜିଉ। ତା’ପରେ ଅଧରପଣା ଏବଂ ଶୁକ୍ରବାର ରହିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ। ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଗତକାଲି ସୁରୁଖୁରୁରେ ମହାବାହୁଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଲକ୍ଷ୍ମୀ-ନାରାୟଣ ଭେଟ ପାଇଁ ଶ୍ରୀନଅର ସମ୍ମୁଖରେ ଅଟକିଥିଲେ କାଳିଆ ସାଆନ୍ତ। ଶ୍ରୀନଅରରୁ ବାହାରି ମାଆ ଲକ୍ଷ୍ମୀଙ୍କୁ ରଥ ନିକଟକୁ ଆଣିଥିଲେ ଗଜପତି।

ଏହାପରେ ରୀତିନୀତି ମୁତାବକ ଲକ୍ଷ୍ମୀନାରୟଣ ଭେଟ ଅନୁଷ୍ଠିତ ହୋଇଥିଲା। ଜୟ ଜଗନ୍ନାଥ ଧ୍ୱନୀ ସହ ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ରର ଗଗନପବନ। ସିଂହଦ୍ୱାର ଅଭିମୁଖେ ଆସିବା ବାଟରେ ମାଉସୀ ମାଆ ମନ୍ଦିର ନିକଟରେ ଶ୍ରୀଜିଉଙ୍କୁ ପୋଡ଼ପିଠା ଲାଗି ହୋଇଥିଲା। ଶାନ୍ତି ଶୃଙ୍ଖଳାର ସହ ବାହୁଡ଼ା ଯାତ୍ରା ସରିବା ପରେ, ସିଂହଦ୍ୱାର ସମ୍ମୁଖରେ ସାଷ୍ଟାଙ୍ଗ ପ୍ରଣିପାତ କରି ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ମହାପ୍ରଭୁଙ୍କ କରୁଣାରୁ ରଥ ଯାତ୍ରା ଶାନ୍ତିଶୃଙ୍ଖଳାରେ ଶେଷ ହେଇଥିବା କହିଛନ୍ତି ମୁଖ୍ୟ ପ୍ରଶାସକ। ସେବାୟତ ମାନେ ସହଯୋଗ କରିଥିବାରୁ ଏବଂରଥ ଉପରେ ମୋବାଇଲ ଫୋନ୍ କେହି ବ୍ୟବହାର କରି ନଥିବାରୁ ସେ ସେବାୟତମାନଙ୍କୁ ଧନ୍ୟବାଦଦେଇଛନ୍ତି। ଏଥିସହ ବାରଣ ସତ୍ତ୍ୱେ ରଥ ଉପରେ ଚଢ଼ିଥିବା ଅଣସେବାୟତଙ୍କ ବିରୋଧରେକାର୍ୟ୍ୟନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି। ସୁନାବେଶରେ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଛି ବୋଲି କହିଛନ୍ତି ଅରବିନ୍ଦ ପାଢ଼ୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା