Masthead

ଶ୍ରମିକ, କର୍ମଚାରୀଙ୍କ ପେଟକୁ ଲାତ

ସୁକିନ୍ଦା, (ବଡ଼ ଖବର ବ୍ୟୁରୋ): ଯାଜପୁର ସୁକିନ୍ଦା କାଳିଆପାଣି ଖଣି ଅଞ୍ଚଳରେ ଥିବା ବାଲେଶ୍ୱର ଆଲଏଜ୍ ଶ୍ରମିକ ମାରଣ ନୀତି ଅବଲମ୍ବନ କରିଛି । କରୋନା କାଳରେ ଛଡେଇ ନେଇଛି ଶହ ଶହ ଶ୍ରମିକ ଓ କର୍ମଚାରୀଙ୍କ ଜୀବିକା। ୭ ମାସ ହେବ ଶ୍ରମିକ ଓ କର୍ମଚାରୀଙ୍କୁ ଦେଇନି ବକେୟା ଦରମା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ସୁଯୋଗ। ଏହାର ପ୍ରତିବାଦରେ ୩ଦିନ ଧରି ଆନ୍ଦୋଳନରେ ବସିଲେଣି କାର୍ଯ୍ୟରତ ଶତାଧିକ ଶ୍ରମିକ ଓ କର୍ମଚାରୀ। ସୁକିନ୍ଦା ରିଜିଅନ୍ କ୍ରୋମାଇଟ୍ ଖାଦାନ ମଜଦୁର ସଂଘ ନେତୃତ୍ୱରେ ଖଣି ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଛନ୍ତି ଶ୍ରମିକ ଓ କର୍ମଚାରୀ । ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ତେଣୁ ବାଧ୍ୟ ହୋଇ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଯଥାଶୀଘ୍ର ଦାବି ପୂରଣ ନହେଲେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବା ସହ ଖଣି ସମ୍ମୁଖରେ ଶ୍ରମିକମାନେ ସପରିବାରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।

ମହାମାରୀ କରୋନା କାଳରେ ଶ୍ରମିକ ଓ କର୍ମଚାରୀମାନଙ୍କୁ ହତାଶ କରାଯାଉଥିବା ଅଭିଯୋଗ ହୋଇଛି । ସେପଟେ ଶ୍ରମିକ ଓ କର୍ମଚାରୀଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇଛି ସୁକିନ୍ଦା ରିଜିଅନ୍ କ୍ରୋମାଇଟ୍ ଖାଦାନ ମଜଦୁର ସଂଘ। ତେବେ ତୁରନ୍ତ ଏହି ଶ୍ରମିକ ଓ କର୍ମଚାରୀଙ୍କ ଦାବି ପୂରଣ ନହେଲେ ଖଣିରୁ କ୍ରୋମ ପରିବହନ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯିବ ବୋଲି ସୁକିନ୍ଦା ରିଜିଅନ୍ କ୍ରୋମାଇଟ୍ ଖାଦାନ ମଜଦୁର ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ସେପଟେ ଖଣି କର୍ତ୍ତୁପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନଥିବା ବେଳେ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ନିଜର ପ୍ରତିକ୍ରିୟା ରଖିଛନ୍ତି। ଶ୍ରମିକ ଓ କର୍ମଚାରୀଙ୍କୁ ତୁରନ୍ତ ବକେୟା ଦରମା ପ୍ରଦାନ ପାଇଁ ଖଣି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ତୁରନ୍ତ ଏହି ଶ୍ରମିକ ଓ କର୍ମଚାରୀଙ୍କ ଦାବି ପୂରଣ କରାନଗଲେ, ଆଗକୁ ପରିସ୍ଥିତି ଜଟିଳ ହେବାର ଆଶଙ୍କା ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ