Masthead

ଶ୍ରମିକ, କର୍ମଚାରୀଙ୍କ ପେଟକୁ ଲାତ

ସୁକିନ୍ଦା, (ବଡ଼ ଖବର ବ୍ୟୁରୋ): ଯାଜପୁର ସୁକିନ୍ଦା କାଳିଆପାଣି ଖଣି ଅଞ୍ଚଳରେ ଥିବା ବାଲେଶ୍ୱର ଆଲଏଜ୍ ଶ୍ରମିକ ମାରଣ ନୀତି ଅବଲମ୍ବନ କରିଛି । କରୋନା କାଳରେ ଛଡେଇ ନେଇଛି ଶହ ଶହ ଶ୍ରମିକ ଓ କର୍ମଚାରୀଙ୍କ ଜୀବିକା। ୭ ମାସ ହେବ ଶ୍ରମିକ ଓ କର୍ମଚାରୀଙ୍କୁ ଦେଇନି ବକେୟା ଦରମା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ସୁଯୋଗ। ଏହାର ପ୍ରତିବାଦରେ ୩ଦିନ ଧରି ଆନ୍ଦୋଳନରେ ବସିଲେଣି କାର୍ଯ୍ୟରତ ଶତାଧିକ ଶ୍ରମିକ ଓ କର୍ମଚାରୀ। ସୁକିନ୍ଦା ରିଜିଅନ୍ କ୍ରୋମାଇଟ୍ ଖାଦାନ ମଜଦୁର ସଂଘ ନେତୃତ୍ୱରେ ଖଣି ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଛନ୍ତି ଶ୍ରମିକ ଓ କର୍ମଚାରୀ । ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ତେଣୁ ବାଧ୍ୟ ହୋଇ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଯଥାଶୀଘ୍ର ଦାବି ପୂରଣ ନହେଲେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବା ସହ ଖଣି ସମ୍ମୁଖରେ ଶ୍ରମିକମାନେ ସପରିବାରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।

ମହାମାରୀ କରୋନା କାଳରେ ଶ୍ରମିକ ଓ କର୍ମଚାରୀମାନଙ୍କୁ ହତାଶ କରାଯାଉଥିବା ଅଭିଯୋଗ ହୋଇଛି । ସେପଟେ ଶ୍ରମିକ ଓ କର୍ମଚାରୀଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇଛି ସୁକିନ୍ଦା ରିଜିଅନ୍ କ୍ରୋମାଇଟ୍ ଖାଦାନ ମଜଦୁର ସଂଘ। ତେବେ ତୁରନ୍ତ ଏହି ଶ୍ରମିକ ଓ କର୍ମଚାରୀଙ୍କ ଦାବି ପୂରଣ ନହେଲେ ଖଣିରୁ କ୍ରୋମ ପରିବହନ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯିବ ବୋଲି ସୁକିନ୍ଦା ରିଜିଅନ୍ କ୍ରୋମାଇଟ୍ ଖାଦାନ ମଜଦୁର ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ସେପଟେ ଖଣି କର୍ତ୍ତୁପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନଥିବା ବେଳେ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ନିଜର ପ୍ରତିକ୍ରିୟା ରଖିଛନ୍ତି। ଶ୍ରମିକ ଓ କର୍ମଚାରୀଙ୍କୁ ତୁରନ୍ତ ବକେୟା ଦରମା ପ୍ରଦାନ ପାଇଁ ଖଣି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ତୁରନ୍ତ ଏହି ଶ୍ରମିକ ଓ କର୍ମଚାରୀଙ୍କ ଦାବି ପୂରଣ କରାନଗଲେ, ଆଗକୁ ପରିସ୍ଥିତି ଜଟିଳ ହେବାର ଆଶଙ୍କା ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ