Masthead

ଅଖାଦ୍ୟ ନେଲା ୩ ନିଷ୍ପାପ ଜୀବନ

ମାଲକାନଗିରି ,(ବଡ଼ ଖବର ବ୍ୟୁରୋ): ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ ଶିଶୁଙ୍କର ମୃତ୍ୟୁ ହୋଇଛି । ୨ଜଣ ଗୁରୁତର ଅଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲ୍ଲା କଚଲି ଗାଁରେ । ପରିବାରର ଦୁଇ ଭଉଣୀ ସୁକାନ୍ତି ମାଡି ଓ ଅଞ୍ଜଳି ମାଡିଙ୍କ ସମେତ ଭାଇ ସୀତାରାମ ମାଡିଙ୍କର ମୃତ୍ୟୁ ହୋଇଛି । ଗୁରୁତର ମାଆ ଓ ଅନ୍ୟଜଣେ ଶିଶୁକୁ ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ ଗାଁରେ ପହଁଚି ଚିକିତ୍ସା ଆରମ୍ଭ କରିଛି । ଗତକାଲି ଜଙ୍ଗଲରୁ କରଡି ଆଣି ତାକୁ ସିଝାଇ ପରିବାରର ସମସ୍ତେ ଖାଇଥିଲେ । ଖାଇବା ପରେ ସମସ୍ତଙ୍କର ଝାଡ଼ା, ବାନ୍ତି ଆରମ୍ଭ ହୋଇଥିଲା । ତେବେ ମେଡିକାଲ ନେବା ପୁର୍ବରୁ ଦୁଇ ଭାଉଣୀଙ୍କ ସମେତ ଜଣେ ଭାଇର ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ