Masthead

ଖୋଲିଲା ହୀରାକୁଦର ଆଉ ୩ ଗେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପରେ ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ଖୋଲିଲା ହୀରାକୁଦର ଆଉ ୩ ଟି ଗେଟ୍ । ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ସକାଳ ୯ଟା ସୁଦ୍ଧା ଜଳସ୍ତର ୬୨୦ ଦଶମିକ ୫୮ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ୪ଲକ୍ଷ ୮୮ ହଜାର ୭୩୫ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ, ୨ଲକ୍ଷ ୨୩ ହଜାର ୬୨୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ସେହିପରି କଟକ ମୁଣ୍ଡଳୀରେ ଏବେ ପ୍ରତି ସେକେଣ୍ଡରେ ୩ଲକ୍ଷ ୭୮ ହଜାର ୫୨୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

ସେହିପରି ବରମୁଳରେ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୨ ହଜାର କ୍ୟୁସେକ ଜଳ ନିଷ୍କାସନ କରାଯାଉଛି । ଜଳସେଚନ ନିମନ୍ତେ ୧, ୭୩୫ କ୍ୟୁସେକ୍ ପାଣି କେନାଲଗୁଡ଼ିକରେ ଛଡ଼ାଯାଇଛି । ସେଥିରୁ ବରଗଡ଼ କେନାଲରେ ୧୩୭୫ କ୍ୟୁସେକ୍, ଶାସନ କେନାଲରେ ୩୨୦ କ୍ୟୁସେକ୍ ଓ ସମ୍ବଲପୁର ଡିଷ୍ଟ୍ରିବ୍ୟୁଟାରିରେ ୪୦ କ୍ୟୁସେକ୍ ପାଣି ଜଳଭଣ୍ଡାରରୁ ନିଷ୍କାସିତ ହେଉଛି । ଦୁଇ ଦିନ ତଳେ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇଥିଲା । ବନ୍ୟା ସ୍ଥିତି ସୃଷ୍ଟି ହେବାରୁ ଛତିଶଗଡ଼ ନିଜର ବିଭିନ୍ନ ଜଳଭଣ୍ଡାରରୁ ପାଣି ଛାଡ଼ିଥିବା ବେଳେ ମହାନଦୀରେ ଥିବା ବ୍ୟାରେଜଗୁଡ଼ିକର ଗେଟ୍ ସବୁ ଖୋଲା କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ