Masthead

ଖୋଲିଲା ହୀରାକୁଦର ଆଉ ୩ ଗେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପରେ ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ଖୋଲିଲା ହୀରାକୁଦର ଆଉ ୩ ଟି ଗେଟ୍ । ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ସକାଳ ୯ଟା ସୁଦ୍ଧା ଜଳସ୍ତର ୬୨୦ ଦଶମିକ ୫୮ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ୪ଲକ୍ଷ ୮୮ ହଜାର ୭୩୫ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ, ୨ଲକ୍ଷ ୨୩ ହଜାର ୬୨୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ସେହିପରି କଟକ ମୁଣ୍ଡଳୀରେ ଏବେ ପ୍ରତି ସେକେଣ୍ଡରେ ୩ଲକ୍ଷ ୭୮ ହଜାର ୫୨୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

ସେହିପରି ବରମୁଳରେ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୨ ହଜାର କ୍ୟୁସେକ ଜଳ ନିଷ୍କାସନ କରାଯାଉଛି । ଜଳସେଚନ ନିମନ୍ତେ ୧, ୭୩୫ କ୍ୟୁସେକ୍ ପାଣି କେନାଲଗୁଡ଼ିକରେ ଛଡ଼ାଯାଇଛି । ସେଥିରୁ ବରଗଡ଼ କେନାଲରେ ୧୩୭୫ କ୍ୟୁସେକ୍, ଶାସନ କେନାଲରେ ୩୨୦ କ୍ୟୁସେକ୍ ଓ ସମ୍ବଲପୁର ଡିଷ୍ଟ୍ରିବ୍ୟୁଟାରିରେ ୪୦ କ୍ୟୁସେକ୍ ପାଣି ଜଳଭଣ୍ଡାରରୁ ନିଷ୍କାସିତ ହେଉଛି । ଦୁଇ ଦିନ ତଳେ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇଥିଲା । ବନ୍ୟା ସ୍ଥିତି ସୃଷ୍ଟି ହେବାରୁ ଛତିଶଗଡ଼ ନିଜର ବିଭିନ୍ନ ଜଳଭଣ୍ଡାରରୁ ପାଣି ଛାଡ଼ିଥିବା ବେଳେ ମହାନଦୀରେ ଥିବା ବ୍ୟାରେଜଗୁଡ଼ିକର ଗେଟ୍ ସବୁ ଖୋଲା କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ