Masthead

ଆଜିଠାରୁ ଦେଶରେ ଲାଗୁ ହେଲା ୩ ନୂଆ ଅପରାଧିକ ଆଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ଲାଗୁ ହେଲା ୩ ନୂଆ ଅପରାଧିକ ଆଇନ ବ୍ୟବସ୍ଥା । ଏହି ତିନୋଟି ନୂତନ ନିୟମ କାର୍ୟ୍ୟକାରୀ ହେବା ସହିତ ଭାରତର ଅପରାଧିକ ନ୍ୟାୟ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଶା କରାଯାଉଛି। ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ । ଏହି ୩ଟି ନୂଆ ଆପରାଧିକ ଆଇନ ସମଗ୍ର ଦେଶରେ ଲାଗୁ ହୋଇଛି । ଏହି ଆଇନଗୁଡ଼ିକ ଯଥାକ୍ରମେ ଉପନିବେଶକାଳୀନ ଭାରତୀୟ ପିଙ୍ଗଳ କୋଡ୍‌ (ଆଇପିସି), କୋଡ୍‌ ଅଫ୍‌ କ୍ରିମିନାଲ ପ୍ରୋସିଜର (ସିସିପି) ଏବଂ ଭାରତୀୟ ପ୍ରମାଣ ଆଇନ (ଆଇଇଏ)ର ସ୍ଥାନ ନେବ। ନୂଆ ଆଇନରେ ଆଧୁନିକ ନ୍ୟାୟ ବ୍ୟବସ୍ଥା ଅଣାଯାଇଥିବା ବେଳେ ଏହାକୁ ପ୍ରଥମେ ନାଗରିକ, ପ୍ରଥମେ ସମ୍ମାନ ଓ ପ୍ରଥମେ ନ୍ୟାୟ ଭାବନାରେ ପ୍ରସ୍ତୁତ କରାଯାଇଛି । ଯେଉଁଥିରେ ଜିରୋ ଏଫଆଇଆର, ପୁଲିସ ଅଭିଯୋଗର ଅନଲାଇନ ପଂଜୀକରଣ, ଏସଏମଏସ ଭଳି ବୈଦୁତିକ ମାଧ୍ୟମରେ ସମନ ଏବଂ ସମସ୍ତ ଅପରାଧ ପାଇଁ ଅପରାଧ ଦୃଶ୍ୟର ବାଧ୍ୟତାମୂଳକ ଭିଡ଼ିଓଗ୍ରାଫି ଭଳି ବ୍ୟବସ୍ଥା ଅନ୍ତର୍ଭୁକ୍ତ କରାଯାଇଛି ।

ଏହି ଆଇନ ବ୍ୟବସ୍ଥାରେ ପ୍ରତ୍ୟେକ ପୀଡିତଙ୍କୁ ସୁନିଶ୍ଚିତ ନ୍ୟାୟ. ମହିଳା ଓ ଶିଶୁ ସୁରକ୍ଷାକୁ ପ୍ରାଧାନ୍ୟ, ତ୍ୱରିତ ନ୍ୟାୟ ପାଇଁ ସଠିକ ସମୟରେ ମାମଲାର ବିଚାର ଏବଂ ଡିଜିଟାଲ ପ୍ରମାଣ ଉପରେ ଗୁରୁତ୍ୱାରୋପ କରାଯାଇଛି । ଦେଶରେ ଏହି ୩ଟି ନୂଆ ଅପରାଧିକ ଆଇନ ଲାଗୁ ହେବା ସହିତ ନ୍ୟାୟ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତନ ଆସିଥିବା ଆଇନ ବିଶାରଦ ମାନେ ମତ ଦେଇଛନ୍ତି । ସମାଜରେ ଘଟୁଥିବା ବିଭିନ୍ନ ପ୍ରକାର ଅପରାଧକୁ ରୋକିବାରେ ଏହି ୩ଟି ନୂଆ ଆଇନ ସହାୟକ ହେବାନେଇ ଦେଶବାସୀ ଆଶା ରଖିଛନ୍ତି । ୨୦୨୩ ମସିହା ଡିସେମ୍ବର ୨୧ରେ ଏହି ୩ଟି ବିଲ୍ ସଂସଦରେ ଗୃହୀତ ହେବାପରେ ଡିସେମ୍ବର ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ ଆଇନରେ ପରିଣତ ହୋଇଥିଲା, ଯାହା ଆଜିଠୁ ଦେଶରେ ଲାଗୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ