Masthead

୩ ଅପରାଧିକ ବିଲରେ ବାଜିଲା ରାଷ୍ଟ୍ରପତିଙ୍କ ମୋହର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗତ ସପ୍ତାହରେ ପାର୍ଲାମେଣ୍ଟର ଉଭୟ ସଦନରେ ପାରିତ ହୋଇଥିବା ୩ ନୂଆ କ୍ରିମିନାଲ ବିଲ୍‌ ଯଥା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମକୁ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୋହର ମାରିଛନ୍ତି। ଫଳରେ ଏହା ଆଇନରେ ପରିଣତ ହୋଇଛି। ବ୍ରିଟିଶ୍‌ ଅମଳରୁ ପ୍ରଚଳିତ ଆପରାଧିକ ଆଇନ ଇଣ୍ଡିଆନ ପେନାଲ କୋଡ୍‌ (ଆଇପିସି), କୋଡ୍‌ ଅଫ୍‌ କ୍ରିମିନାଲ ପୋସିଜିଓର (ସିଆର୍‌ପିସି) ଏବଂ ଇଣ୍ଡିଆନ୍‌ ଏଭିଡେନ୍ସ ଆକ୍ଟ ପରିବର୍ତ୍ତେ ଏହି ୩ ଆଇନ ଅଣାଯାଇଛି। ଏଥିରେ ଭିଡ଼ହିଂସା, ଆତଙ୍କବାଦ ଏବଂ ଜାତୀୟ ସୁରକ୍ଷା ପ୍ରତି ଅପରାଧ ଭଳି ଅପରାଧରେ ଦଣ୍ଡକୁ ବଢ଼ାଇ ଦିଆଯାଇଛି।

ଏହି ୩ଟି ବିଲ ହେଉଛି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ଏବଂ ଭାରତୀୟ ସାକ୍ଷ୍ୟ ବିଲ୍ । ବ୍ରିଟିଶ ଶାସନ କାଳରୁ ପ୍ରଚଳିତ ହୋଇ ଆସୁଥିବା ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ବଦଳରେ ଏବେଠୁ ନୂଆ ଆଇନ କାରର୍ଯ୍ୟକାରୀ ହେବ । ସଂସଦର ଶୀତକାଳୀନ ଅଧିବେଶନ ଅବସରରେ ଏହି ୩ଟି ଆଇନକୁ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ପାରିତ କରିଥିଲେ କେନ୍ଦ୍ର ସରକାର । ଲୋକସଭାରେ ଏହି ବିଲ୍ ଉପରେ ବିତର୍କର ଉତ୍ତର ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଥିଲେ ବ୍ୟକ୍ତିଗତ ସ୍ୱାଧୀନତା, ମାନବିକ ଅଧିକାର ଏବଂ ସମସ୍ତଙ୍କ ସହ ସମାନ ବ୍ୟବହାରର ତିନୋଟି ନୀତି ଆଧାରରେ ଏହି ଆଇନ ଗୁଡିକ ପ୍ରସ୍ତୁତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ