Masthead

ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କ ପାଇଁ ୩୦ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ଚଳିତ ବର୍ଷ ବଜେଟର ବ୍ୟୟ ଅଟକଳ ରହିଛି ୨ ଲକ୍ଷ ୩୦ ହଜାର କୋଟି । ଯେଉଁଥିରେ ପର୍ୟ୍ୟଟନକୁ ଫୋକସ କରିଛନ୍ତି ରାଜ୍ୟ ସରକାର । ପର୍ୟ୍ୟଟନ କ୍ଷେତ୍ରରେ ସାମଗ୍ରିକ ବିକାଶ ପାଇଁ କାର୍ୟ୍ୟକ୍ରମ ବ୍ୟୟ ଅଧିନୀରେ ୬ ଶହ ୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହାସହିତ ପର୍ୟ୍ୟଟନ ଭିତ୍ତିଭୂମିର ବିକାଶ ଓ ପରିଚାଳନା ପାଇଁ ୪ ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ତେବେ ପର୍ୟ୍ୟଟନର ପ୍ରୋତ୍ସାହନ ପାଇଁ ବଜେଟରେ ୧୫୭ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର ।

ସେହିପରି ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ୩୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର । ଏହି କ୍ରମରେ ଶ୍ରୀମନ୍ଦିରଠାରୁ ଆରମ୍ଭ କରି ଲିଙ୍ଗରାଜ ମନ୍ଦିର, କଟକ ଚଣ୍ଡୀ ମନ୍ଦିର, କଣ୍ଟିଲୋ ନୀଳମାଧବ ମନ୍ଦିର, ଜଗତସିଂହପୁର ସାରଳା ମନ୍ଦିର, ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ଓ ଗଞ୍ଜାମର ମା ତାରାତାରିଣୀ ମନ୍ଦିରର ରୂପାନ୍ତରଣ କାର୍ୟ୍ୟ ହାତକୁ ନିଆଯାଇଛି । ଐତିହ୍ୟ ନଗରୀ ପୁରୀର ବିକାଶ ପାଇଁ ଅବଢା ଯୋଜନାରେ ୨୨୪ କୋଟି, ଐତିହ୍ୟ ଓ ସ୍ମାରକୀ ଏବଂ ପର୍ୟ୍ୟଟନ ସ୍ଥଳୀର ବିକାଶ ପାଇଁ ୧୫୦ କୋଟି ପ୍ରଦାନ କରିବାର ବଜେଟରେ ପ୍ରସ୍ତାବ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି