ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କ ପାଇଁ ୩୦ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ଚଳିତ ବର୍ଷ ବଜେଟର ବ୍ୟୟ ଅଟକଳ ରହିଛି ୨ ଲକ୍ଷ ୩୦ ହଜାର କୋଟି । ଯେଉଁଥିରେ ପର୍ୟ୍ୟଟନକୁ ଫୋକସ କରିଛନ୍ତି ରାଜ୍ୟ ସରକାର । ପର୍ୟ୍ୟଟନ କ୍ଷେତ୍ରରେ ସାମଗ୍ରିକ ବିକାଶ ପାଇଁ କାର୍ୟ୍ୟକ୍ରମ ବ୍ୟୟ ଅଧିନୀରେ ୬ ଶହ ୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହାସହିତ ପର୍ୟ୍ୟଟନ ଭିତ୍ତିଭୂମିର ବିକାଶ ଓ ପରିଚାଳନା ପାଇଁ ୪ ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ତେବେ ପର୍ୟ୍ୟଟନର ପ୍ରୋତ୍ସାହନ ପାଇଁ ବଜେଟରେ ୧୫୭ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର ।

ସେହିପରି ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ୩୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର । ଏହି କ୍ରମରେ ଶ୍ରୀମନ୍ଦିରଠାରୁ ଆରମ୍ଭ କରି ଲିଙ୍ଗରାଜ ମନ୍ଦିର, କଟକ ଚଣ୍ଡୀ ମନ୍ଦିର, କଣ୍ଟିଲୋ ନୀଳମାଧବ ମନ୍ଦିର, ଜଗତସିଂହପୁର ସାରଳା ମନ୍ଦିର, ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ଓ ଗଞ୍ଜାମର ମା ତାରାତାରିଣୀ ମନ୍ଦିରର ରୂପାନ୍ତରଣ କାର୍ୟ୍ୟ ହାତକୁ ନିଆଯାଇଛି । ଐତିହ୍ୟ ନଗରୀ ପୁରୀର ବିକାଶ ପାଇଁ ଅବଢା ଯୋଜନାରେ ୨୨୪ କୋଟି, ଐତିହ୍ୟ ଓ ସ୍ମାରକୀ ଏବଂ ପର୍ୟ୍ୟଟନ ସ୍ଥଳୀର ବିକାଶ ପାଇଁ ୧୫୦ କୋଟି ପ୍ରଦାନ କରିବାର ବଜେଟରେ ପ୍ରସ୍ତାବ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’