Masthead

୨୪ ଘଣ୍ଟାରେ ୩୧୨ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କ୍ରମାଗତ ଭାବରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଥମିବାର ନା ଧରୁନାହିଁ । ଶନିବାର ସଂକ୍ରମତିଙ୍କ ସଂଖ୍ୟା ୬୦ ହଜାର ଥିବାବେଳେ ଲଗାତାର ଦ୍ୱିତୀୟ ଦିନ ପାଇଁ ଦେଶରେ ୬୨ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରୁ ୬୨, ୭୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୧୨ ଜଣଙ୍କର ମୃତ୍ୟୁ ଘଟିଛି। ଯାହା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୬୨, ୭୧୪ଟି ନୂଆ କେସ୍ ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ୧ କୋଟି ୧୯ ଲକ୍ଷ ୭୧ ହଜାର ୬୨୪କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୧୩,୨୩,୭୬୨ ସୁସ୍ଥ ହୋଇସାରିଛନ୍ତି।  ୪,୮୬,୩୧୦ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୧ ହଜାର ୫୫୨କୁ ବୃଦ୍ଧି ପାଇଛି। ଏପର୍ଯ୍ୟନ୍ତ ଦେଶରେ ୬ କୋଟି ୨ ଲକ୍ଷ ୬୯ ହଜାର ୭୮୨ ଲୋକ ଟିକା ନେଇ ସାରିଛନ୍ତି । କେବଳ ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୩୫,୭୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ୧୪,୫୨୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୁମ୍ବାଇ ସହରରେ ଗତ ୨୪ ଘଣ୍ଟାରେ ୬୧୨୩ଟି ନୂଆ କରୋନା କେସ ସାମ୍ନାକୁ ଆସିଛି। ଏହା ସହିତ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୩,୯୧,୭୫୧ରେ ପହଞ୍ଚିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି