Masthead

ଭୂମିକମ୍ପରେ ଗଲାଣି ୮ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତୁର୍କୀ, ସିରିଆରେ ଭୟଙ୍କର ସ୍ଥିତି । ଭୂମିକମ୍ପରେ ଗଲାଣି ୮ହଜାରରୁ ଅଧିକ ଜୀବନ । ଏବେବି ଧ୍ୱଂସ ଅଟ୍ଟାଳିକା ତଳେ ଫଶିରହିଛନ୍ତି ହଜାର ହଜାର ଲୋକ । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଥଣ୍ଡା ଓ ବରଫ ବର୍ଷା ଯୋଗୁଁ ବାଧା ସୃଷ୍ଟି ହେଉଛି । ଭୂମିକମ୍ପ ପାଇଁ ଆହୁରି ମୃତ୍ୟୁ ସଂଖ୍ୟା ବଢିବ ନେଇ ଆଶଙ୍କା କରଯାଉଛି । ତୁର୍କୀରେ ଭୂକମ୍ପ ପାଇଁ ଆନ୍ତର୍ଜାତୀୟ ରାଷ୍ଟ୍ର ସହାୟତାର ହାତ ବଢାଇଛନ୍ତି । ସାରା ବିଶ୍ୱରୁ ତୁର୍କୀକୁ ସହାୟତାର ହାତ ଛୁଟିଛି ।

ଏହାର ମୁକାବିଲା ପାଇଁ ତୁର୍କୀ ଅନ୍ତର୍ଜାତୀୟ ସହାୟତା ନିମନ୍ତେ ଅନୁରୋଧ କରିଛି ଏବଂ ଭାରତ ସମେତ ୭୦ରୁ ଅଧିକ ରାଷ୍ଟ୍ର ଏବଂ ୧୪ ଅନ୍ତର୍ଜାତୀୟ ସଂଗଠନ ତୁର୍କୀକୁ ସହାୟତାର ହାତ ବଢ଼ାଇଛନ୍ତି । ପ୍ରବଳ ଶୀତ ଏବଂ ବରଫ ବର୍ଷା ଅତି ଶୋଚନୀୟ ସ୍ଥିତି ସୃଷ୍ଟି କରିଛି । ତୁର୍କୀ ରାଷ୍ଟପ୍ରତି ଏର୍ଡୋଗାନ ୧୦ ଭୂକମ୍ପ ପ୍ରଭାବିତ ପ୍ରଦେଶରେ ୩ ମାସ ପାଇଁ ଜରୁରୀ ସ୍ଥିତି ଘୋଷଣା କରିଛନ୍ତି । ପୂର୍ବରୁ ମାନବୀୟ ସହାୟତା ଉପରେ ନିର୍ଭରଶୀଳ ଥିବା ସିରିୟାରେ ୪୦ ଲକ୍ଷରୁ ଅଧିକ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ