Masthead

ଓଡ଼ିଶାର ୬ ଜଣ ସଂଗ୍ରାମୀଙ୍କ ସ୍ମରଣରେ ଉନ୍ମୋଚନ ହେଲା ସ୍ୱତନ୍ତ୍ର ଡାକ ଲଫାପା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଡାକ ଦିବସ ପାଳନ ଅବସରରେ ଓଡ଼ିଶାର ୬ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କ ନାଁରେ ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ ହୋଇଛି । ତେବେ ଏହା ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ଏହି ସ୍ୱତନ୍ତ୍ର ଡାକ ଲଫାପାର ଉନ୍ମୋଚନ କରିଛନ୍ତି । ପରେ ଦୁଇ ମନ୍ତ୍ରୀ ସେହି ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇଥିବା ଜଣାପଡିଛି ।

ଆମ ଓଡ଼ିଶା ମାଟିର ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟ ରାଜଗୁରୁ, ବକ୍ସି ଜଗବନ୍ଧୁ, ଚକରା ବିଷୋୟୀ, ଚାଖି ଖୁଣ୍ଟିଆ, ସହିଦ ବାଜି ରାଉତ ଓ ପାର୍ବତି ଗିରିଙ୍କ ସ୍ମରଣରେ ଏହି ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚିତ ହୋଇଛି । ତେବେ ଏହି ଅବସରରେ ଉନ୍ମୋଚିତ ହୋଇଥିବା ଲଫାପା କିଣିବାକୁ ଲୋକମାନଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ତେବେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରିବା ଅବସରରେ ଏହି ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ ହୋଇଛି । ଭାରତକୁ ସ୍ୱାଧୀନତା ଦେବାରେ ସେମାନଙ୍କ ଭୂମିକା ଅତୁଳନୀୟ । ତାଙ୍କ ସାହସ , ତ୍ୟାଗ, ବଳିଦାନ ଚିର ସ୍ମରଣୀୟ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବସରରେ କହିଛନ୍ତି ଯେ, ଭାରତ ସରକାରଙ୍କ ପକ୍ଷରୁ ଏଭଳି ପ୍ରଚେଷ୍ଟା ପାଇଁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଡାକ ବିଭାଗର ସମସ୍ତଙ୍କୁ ଆନ୍ତରିକତାରୁ କୃତଜ୍ଞତା ଜଣାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ