Masthead

ଓଡ଼ିଶାର ୬ ଜଣ ସଂଗ୍ରାମୀଙ୍କ ସ୍ମରଣରେ ଉନ୍ମୋଚନ ହେଲା ସ୍ୱତନ୍ତ୍ର ଡାକ ଲଫାପା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଡାକ ଦିବସ ପାଳନ ଅବସରରେ ଓଡ଼ିଶାର ୬ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କ ନାଁରେ ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ ହୋଇଛି । ତେବେ ଏହା ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ଏହି ସ୍ୱତନ୍ତ୍ର ଡାକ ଲଫାପାର ଉନ୍ମୋଚନ କରିଛନ୍ତି । ପରେ ଦୁଇ ମନ୍ତ୍ରୀ ସେହି ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇଥିବା ଜଣାପଡିଛି ।

ଆମ ଓଡ଼ିଶା ମାଟିର ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟ ରାଜଗୁରୁ, ବକ୍ସି ଜଗବନ୍ଧୁ, ଚକରା ବିଷୋୟୀ, ଚାଖି ଖୁଣ୍ଟିଆ, ସହିଦ ବାଜି ରାଉତ ଓ ପାର୍ବତି ଗିରିଙ୍କ ସ୍ମରଣରେ ଏହି ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚିତ ହୋଇଛି । ତେବେ ଏହି ଅବସରରେ ଉନ୍ମୋଚିତ ହୋଇଥିବା ଲଫାପା କିଣିବାକୁ ଲୋକମାନଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ତେବେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରିବା ଅବସରରେ ଏହି ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ ହୋଇଛି । ଭାରତକୁ ସ୍ୱାଧୀନତା ଦେବାରେ ସେମାନଙ୍କ ଭୂମିକା ଅତୁଳନୀୟ । ତାଙ୍କ ସାହସ , ତ୍ୟାଗ, ବଳିଦାନ ଚିର ସ୍ମରଣୀୟ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବସରରେ କହିଛନ୍ତି ଯେ, ଭାରତ ସରକାରଙ୍କ ପକ୍ଷରୁ ଏଭଳି ପ୍ରଚେଷ୍ଟା ପାଇଁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଡାକ ବିଭାଗର ସମସ୍ତଙ୍କୁ ଆନ୍ତରିକତାରୁ କୃତଜ୍ଞତା ଜଣାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ