Masthead

ବଢ଼ୁଛି ଜିକା ଭାଇରସ୍ ମାମଲା

ାକାନପୁର(ବଡ଼ ଖବର ବ୍ୟୁରୋ)  ଉତ୍ତରପ୍ରଦେଶର କାନପୁରରେ ଜିକା ଭାଇରସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଗତ ରବିବାର ଆଉ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରେ ୩ ଜଣ ବାୟୁ ସେନା କର୍ମଚାରୀ, ୨ ଜଣ ମହିଳା ଅଛନ୍ତି ।

ଶୁକ୍ରବାର ସୁଦ୍ଧା ଜିଲ୍ଲାର ମୋଟ ଜିକା ପଜେଟିଭ କେସ ୬୬ ଥିଲା । ମାମଲା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶନିବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକି ସମୀକ୍ଷା କରିଥିଲେ । ଯୋଗୀ ଆଦିତ୍ୟନାଥ ସ୍ୱାସ୍ଥ୍ୟ ବିଭାଗକୁ ପରିସ୍ଥିତି ଉପରେ କଡା ନଜର ରଖିବାକୁ ନିର୍ଦ୍ଦେଷ ଦେଇଥିଲେ । ଅକ୍ଟୋବର ୨୩ରେ କାନପୁରରେ ପ୍ରଥମ ଜିକା ଭାଇରାସ ମାମଲା ଚିହ୍ନଟ ହୋଇଥିଲା । ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସ୍ୱସ୍ଥ୍ୟ ଟିମ ପକ୍ଷରୁ ବିଭିନ୍ନ ସ୍ଥାନରେ ସାନିଟାଇଜେସନ କାର୍ଯ୍ୟକ୍ରମ କରାଯାଉଛି । ସେହିପରି ଜ୍ୱର ଥିବା ଲୋକଙ୍କୁ ଚିହ୍ନଟ କରି ପରୀକ୍ଷା କରାଯାଉଛି । ସେହିପରି ଗର୍ଭବତୀଙ୍କ ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ କରିବା ପାଇଁ ସବୁ ପ୍ରକାରର ସୁବିଧା କରାଯାଇଛି । ସେପଟେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନୁଯାୟୀ ଜିକା ଜୀବାଣୁ ଏଡିସ ମଶା ଦ୍ୱାରା ସଂକ୍ରମିତ ହୋଇଥାଏ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ