Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୨ ଘଣ୍ଟାରେ ଘନୀଭୂତ ହୋଇ ଓ୍ୱେଲମାର୍କ ଲୋ-ପ୍ରେସରର ରୂପ ନେବ ଲଘୁଚାପ । ଏହା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରେ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଆନ୍ଧ୍ରପ୍ରଦେଶର କାକିନାଡାରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି । ଯଦି ସେହି ସମୟରେ ପାଣିପାଗ ସ୍ଥିତି ଅନୁକୂଳ ରୁହେ ତେବେ ଲଘୁଚାପ ବାତ୍ୟା ଜଓ୍ୱାଦରେ ପରିଣତ ହେବ ।

ଏହାର ପ୍ରଭାବରେ ୧୨ ତାରିଖ ବେଳକୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ବିଶେଷ କରି ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ବର୍ଷା ହେବ । ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ଶହେରୁ ଶହେ କୋଡିଏ କିଲୋମିଟର ହେବାର ସମ୍ଭାବନା ରହିଛି । ତେବେ ବାତ୍ୟା ସମ୍ପର୍କରେ ଆସନ୍ତା ୧୩ କିମ୍ବା ୧୪ ତାରିଖରେ ଚିତ୍ର ସ୍ପଷ୍ଟ ହେବ । ସେପଟେ ରାଜ୍ୟରେ ଜାରି ରହିଛି ଘଡଘଡି ବିଜୁଳି ଜନିତ ବର୍ଷା । ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ