Masthead

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ହାରାହାରି ୭୧% ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ସରିଲା ୨୪ ମହାସଂଗ୍ରାମର ତୃତୀୟ ଦଫା ଲଢ଼େଇ । ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହୋଇଛି।ତୃତୀୟ ପର୍ଯ୍ୟାୟରେ ହାରାହାରି ୭୧% ମତଦାନ କରିଛନ୍ତି ଭୋଟର । ସିଇଓଙ୍କ ସୂଚନା ଅନୁସାରେ ଭୁବନେଶ୍ବରରେ ୬୦.୦୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବାବେଳେ କଟକ ୬୫.୪୩%, ଢେଙ୍କାନାଳ ୭୩.୬୯%, କେନ୍ଦୁଝର ୭୧.୯୩%, ପୁରୀ ୭୨.୩୭% ଏବଂ ସମ୍ବଲପୁରରେ ୭୩.୩୧% ମତଦାନ ହୋଇଛି ।

ଏହି ପର୍ଯ୍ୟାୟରେ ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ଥିଲା । ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଣବ ପ୍ରକାଶ ଦାସ, ଭର୍ତ୍ତୃହରି ମହତାବ, ସଂତୃପ୍ତ ମିଶ୍ର, ସମ୍ବିତ୍‌ ପାତ୍ର, ଅରୂପ ପଟ୍ଟନାୟକ, ଅପରାଜିତା ଷଡ଼ଙ୍ଗୀ, ମନ୍ମଥ ରାଉତରାୟ, ବିଧାନସଭାର ବହୁ ହେଭିଓ୍ବେଟ୍‌ଙ୍କ ସମେତ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ୨୦୧୯ ତୁଳନାରେ ଚଳିତ ନିର୍ବାଚନରେ ମତଦାନ ହାର ଅଧିକ ରହିଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ମତଦାନ ହାର ଆହୁରି ଅଧିକ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା