Masthead

ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୨୦ରୁ ଅଧିକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ଓ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଏଥିରେ ରହିଛି ଦିଲ୍ଲୀର ୭ଟି, ବିହାରର ୮ଟି, ହରିୟାଣାର ୧୦ଟି , ଝାଡଖଣ୍ଡର ୪ଟି, ଓଡିଶାର ୬ଟି, ଉତ୍ତରପ୍ରଦେଶର ୧୪ଟି, ପଶ୍ଚିମବଙ୍ଗର ୮ଟି ଓ ଜାମ୍ମୁକାଶ୍ମୀରର ଗୋଟିଏ ଆସନ । ଷଷ୍ଠ ପର୍ଯ୍ୟାୟ ରେ ୫୮ଟି ଆସନରେ ୮୮୯ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା । ପ୍ରଚାରର ଶେଷ ଦିନରେ ବିଜେପି, କଂଗ୍ରେସ, ଆମ୍ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି ଭଳି ଦଳ ଜୋରଦାର ପ୍ରଚାର କରିଛନ୍ତି । ଶେଷ ଦିନରେ ଭୋଟରଙ୍କ ମନ ଜିଣିବାକୁ ସବୁ ଦଳ ଉଦ୍ୟମ କରିଛନ୍ତି ।

ସେହିଭଳି ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ।ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।

କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ । ପୁରୀରେ ସମ୍ବିତ ପାତ୍ର ଓ ଅରୁପ ପଟ୍ଟନାୟକଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ। ଭୁବନେଶ୍ବରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ୍ ଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ। ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ। ଏହି ସବୁ ସିଟ୍‌ରେ କଂଗ୍ରେସ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ।

ଲୋକସଭା ଓ ୪୨ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି ୪୪୮ ଜଣ ପ୍ରାର୍ଥୀ । କେବଳ ୬ଟି ଲୋକସଭା ପାଇଁ ମୈଦାନରେ ଅଛନ୍ତି ୬୪ ଜଣ ପ୍ରାର୍ଥୀ ଏବଂ ୪୨ ବିଧାନସଭା ଆସନରେ ୩୮୩ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସେମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ପ୍ରାର୍ଥୀ ଓ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଭୋଟ ଦେଇ ବଡ଼ ବଡ଼ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ମୋଟ ୯୪ ଲକ୍ଷ ୪୮ ହଜାରରୁ ଅଧିକ ଭୋଟର ଭୋଟ ଦେଇ ନେତା ବାଛିବେ । ୧୦ହଜାର ୫୫୧ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ