Masthead

ଲଖିମପୁର ହିଂସାକାଣ୍ଡ: ଜେଲ୍ ଗଲେ ଆଶିଷ ମିଶ୍ରା

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ) : ଲଖିମପୁର ହିଂସାକାଣ୍ଡ ଘଟଣାରେ ଗତକାଲି କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ ହୋଇଥିଲେ । ତେବେ ଆଜି କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ୧୪ ଦିନଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଗତ ଶନିବାର ୧୨ ଘଣ୍ଡା ଧରି ଜେରା କରିବା ପରେ କ୍ରାଇମବ୍ରାଞ୍ଚ ଆଶିଷଙ୍କୁ ଗିରଫ କରିଥିଲା । ପରେ କୋର୍ଟରେ ହାଜର ମଧ୍ୟ କରାଯାଇଥିଲା । କୋର୍ଟ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି । ଆଶିଷ ମିଶ୍ରାଙ୍କୁ ଲଖିମପୁର ଖେରି ଜେଲରେ ରଖାଯାଇଛି ।

ତେବେ ସେପଟେ ତଦନ୍ତକାରୀ ଅଧିକାରୀ କହିଛନ୍ତି ଯେ, ଆଶିଷଙ୍କୁ ରିମାଣ୍ଡରେ ନେବା ପାଇଁ ପୋଲିସ କୋର୍ଟରେ ଆବେଦନ କରିଥିଲା ।ସୂଚନା ଅନୁଯାୟୀ ଡିଆଇଜି ଉପେନ୍ଦ୍ର ଅଗ୍ରାୱାଲ ଶନିବାର ପ୍ରାୟ ୧୧ଟାରେ ଆଶିଷ ମିଶ୍ରା ଗିରଫ ହୋଇଥିବା ନେଇ ସୂଚନା ଦେଇଥିଲେ । ତେବେ ଆଶିଷଙ୍କୁ ପ୍ରଶ୍ନ ପଚାଉଚରା ବେଳେ ସେ କୌଣସି ପ୍ରଶ୍ନର ଠିକ ଜବାବ ଦେଇ ପାରିନଥିଲେ । ତାଙ୍କୁ ୪୦ରୁ ଅଧିକ ପ୍ରଶ୍ନ ପଚରାଯାଇଥିବା ବେଳେ ସେ ଏହାର ସଠିକ ଜବାବ ଦେଇ ଲଥିଲେ । ପୋଲିସର ସୂଚନା ଅନୁଯାୟୀ ଆଶିଷ ଅନେକ ପ୍ରଶ୍ନକୁ ଏଡାଇ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ