Masthead

ପୋଡି ପାଉଁଶ ହୋଇଗଲା ୪୦୦ କ୍ୱିଣ୍ଟାଲ ଧାନ

ରାଇଘର (ବଡ଼ ଖବର ବ୍ୟୁରୋ): ନିଆଁଲାଗି ଜଳିଗଲା ୪୦୦ କ୍ୱିଣ୍ଟାଲ ଧାନ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଝରୀଗାଁ ବ୍ଲକ ଧମନାଗୁଡ଼ା ପଞ୍ଚାୟତ ଟିପାଗୁଡା ଠାରେ । ଆନୁମାନିକ ୪୦୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡି ପାଉଁଶ ହୋଇଯାଇଥିବା ଅନୁମାନ କରାଯାଉଛି । ବିଳମ୍ବିତ ରାତିରେ ଧାନ ଖଳାରେ ନିଆଁ ଲାଗିଯାଇଥିଲା । ଧାନ ଜଗୁଥିବା ଦୁଇ ବ୍ୟକ୍ତି ଏହା ଦେଖି ଧାନ ମାଲିକ ଓ ଗ୍ରାମବାସୀଙ୍କୁ ଜଣାଇଥିଲେ । ଗ୍ରାମବାସୀ ନିଆଁ ଳିଭାଇବାକୁ ଚେଷ୍ଟା କରିବା ସହିତ ଦମକଳ ବିଭାଗକୁ ଫୋନ କରିଥିଲେ । ଘଟଣା ସ୍ଥଳରେ ଡାବୁଗାଁ ଦମକଳ ବାହାନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ । ବର୍ଷକର ପରିଶ୍ରମର ଫଳ ନିଆଁରେ ପୋଡି ନଷ୍ଟ ହୋଇଯାଇଥିବାରୁ, କ୍ଷତିଗ୍ରସ୍ତ ଚାଷୀ ଏବେ କିଭଳି ଋଣ ପରିଶୋଧ କରିବେ ତାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି । ତେଣୁ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ପାଇଁ ଅନୁରୋଧ କରିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା