Masthead

ରାଜ୍ୟରେ ଖୋଲିବ ୬୦୦ ସିଟ୍ ବିଶିଷ୍ଟ ନର୍ସିଂ କଲେଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ସୁଦୃଢ଼ ହେବ ସ୍ୱାସ୍ଥ୍ୟସେବା । ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଖୋଲିବ ୬୦୦ ସିଟ୍ ନର୍ସିଂ କଲେଜ । ୧୦ ଟି ଜିଲ୍ଲାରେ ଏହି କଲେଜ ଖୋଲିବାକୁ ଯୋଜନା କରିଛନ୍ତି ସରକାର । ପ୍ରତି କଲେଜରେ ୬୦ ଟି ଲେଖାଏଁ ସିଟ ରହିବ। ମୟୂରଭଞ୍ଜ, ବଲାଙ୍ଗୀର, କୋରାପୁଟ, ବାଲେଶ୍ୱର, ଝାରସୁଗୁଡା, ପୁରୀ, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଏହି କଲେଜ ଖୋଲିବାକୁ ପ୍ରସ୍ତାବ ରହିଛି ।

ଏହା ବାଦ ତିନିଟି ମେଡିକାଲ କଲେଜରେ ଅଚଳ ହୋଇପଡିଥିବା ନିର୍ସିଂ କଲେଜକୁ ମଧ୍ୟ ପୁନଃ ଚାଲୁ କରାଯିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଏଥିସହ ଝାରସୁଗୁଡ଼ା ଜିଲ୍ଲାରେ ଚଳିତବର୍ଷ ହାର୍ଟ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ। ଆଗକୁ କରୋନାର ତୃତୀୟ ଲହର ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ପଦକ୍ଷେପ ନିଆଯାଇଛି । କରୋନା ହାରିବ, ଓଡ଼ିଶା ଜିତିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି